www.samajalive.in
Sunday, December 7, 2025
18.1 C
Bhubaneswar

ପୁଣି ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି

ନୂଆଦିଲ୍ଲୀ : ପୁଣି ବଢିଲା ଗ୍ୟାସ ଦର। ମଙ୍ଗଳବାର ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପାଇଛି। ୧୯ କିଲୋଗ୍ରାମ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୭ଟଙ୍କା ବୃଦ୍ଧି କରାଯାଇଛି। ଏହି ବୃଦ୍ଧି ପରେ ଦିଲ୍ଲୀରେ ୧୯ କିଲୋଗ୍ରାମ ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟ ୧,୭୭୩ ରୁ ୧,୭୮୦ ଟଙ୍କାକୁ ବୃଦ୍ଧି ପାଇଛି। ତେବେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ।
ଗତ କିଛି ମାସ ମଧ୍ୟରେ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ଉଭୟ ବୃଦ୍ଧି ଓ ହ୍ରାସ ଦେଖାଯାଇଛି। ଏଥିରେ ବ୍ୟବସାୟିକ ଗ୍ୟାସ୍ ସିଲିଣ୍ଡରରେ ସର୍ବାଧିକ ପ୍ରଭାବ ଦେଖିବାକୁ ମିଳିଥିଲା। ଚଳିତ ବର୍ଷ ମାର୍ଚ୍ଚରେ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୟୁନିଟ୍ ପିଛା ୩୫୦.୫୦ ଟଙ୍କା ବୃଦ୍ଧି କରାଯାଇଥିଲା। ମେ’ ମାସରେ ଗ୍ୟାସ ସିଲିଣ୍ଡର ମୂଲ୍ୟ ୧୭୧.୫୦ ଟଙ୍କା ହ୍ରାସ କରାଯାଇଥିଲା।

 

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories