www.samajalive.in
Sunday, December 14, 2025
26.1 C
Bhubaneswar

କଂଗ୍ରେସର ଲୋକସଭା ପ୍ରାର୍ଥୀ ଘୋଷଣା, ବାଲେଶ୍ବରରୁ ଲଢ଼ିବେ ଶ୍ରୀକାନ୍ତ ଜେନା

ନୂଆଦିଲ୍ଲୀ: ଓଡ଼ିଶାର ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ। ବାଲେଶ୍ବରରୁ ଲଢ଼ିବେ ଶ୍ରୀକାନ୍ତ ଜେନା। ବାଲେଶ୍ବରରେ ବିଜେଡିର ଲେଖାଶ୍ରୀ ସାମନ୍ତସିଂହାର ଏବଂ ବିଜେପିରୁ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସହିତ ମୁହାଁମୁହିଁ ହେବେ ଶ୍ରୀକାନ୍ତ। ବାଲେଶ୍ବରରେ ଶ୍ରୀକାନ୍ତ ଜେନାଙ୍କ ଦବଦବା ରହିଥିବାବେଳେ ଏଠାରେ ଲଢ଼େଇ ଜୋରଦାର ହେବ ବୋଲି କୁହାଯାଉଛି।

ସେହିପରି ଭଦ୍ରକରୁ ଲଢ଼ିବେ ଅନନ୍ତ ପ୍ରସାଦ ସେଠୀ। ଯାଜପୁର ପାଇଁ ଅଞ୍ଚଳ ଦାସ, ଢେଙ୍କାନାଳ ପାଇଁ ସସ୍ମିତା ବେହେରା, କେନ୍ଦ୍ରାପଡ଼ା ପାଇଁ ସିଦ୍ଧାର୍ଥ ସ୍ବରୂପ ଦାସ, ଜଗତସିଂହପୁର ପାଇଁ ରବୀନ୍ଦ୍ର କୁମାର ସେଠୀ, ପୁରୀ ପାଇଁ ସୁଚରିତା ମହାନ୍ତି, ଭୁବନେଶ୍ବର ପାଇଁ ୟାସିର ନୱାଜ ଏବଂ କେନ୍ଦୁଝର ପାଇଁ ମୋହନ ହେମ୍ବ୍ରମଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି।

- Advertisement -

ପୂର୍ବରୁ ୮ଟି ଲୋକସଭାରେ ପ୍ରାର୍ଥୀ ଘୋଷଣା କରିଥିବା କଂଗ୍ରେସ ଏବେ ରାଜ୍ୟର ଆଉ ୯ଟି ଲୋକସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ ଛାତ୍ର କଂଗ୍ରେସ ସଭାପତି ୟାସିର୍ ନୱାଜଙ୍କୁ ଭୁବନେଶ୍ୱରରୁ ଲୋକସଭା ପ୍ରାର୍ଥୀ କରିଛି ଦଳ। ଫଳରେ ଭୁବନେଶ୍ବର​‌ରେ କଡ଼ା ଟକ୍କର ହେବ ବୋଲି ଜଣାପଡ଼ିଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories