www.samajalive.in
Sunday, December 7, 2025
18.1 C
Bhubaneswar

ପତ୍ନୀ ଝିଅଙ୍କ ସହ କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା

ଲଖନଉ : ଉତ୍ତରପ୍ରଦେଶ ରାଜଧାନୀ ଲଖନଉର ଜାନକୀପୁରମର ସୁଲତାନପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ପତିପତ୍ନୀଙ୍କ ସମେତ ସେମାନଙ୍କ ୧୬ ବର୍ଷ ଝିଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଖବର ପାଇବା ମାତ୍ରେ ପୁଲିସ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରି ହସ୍ପିଟାଲରେ ନେବା ପରେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ହିଁ ସେମାନଙ୍କ ମୃତ୍ୟୁ ଘଟିଛି। ଏହି ସାମୂହିକ ଆତ୍ମହତ୍ୟାର କାରଣ ଟଙ୍କା ଲେଣଦେଣ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୁଲିସ ଏକ ସୁଇସାଇଡ୍‍ ନୋଟ୍‍ ମଧ୍ୟ ଜବତ କରିଛି। ଉକ୍ତ ବ୍ୟକ୍ତି ଜଣକ ଜଣେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ବେଳେ ସେ ଜାନକୀପୁରମର ସୁଲତାନପୁର ଗାଁରେ ନିଜ ପରିବାର ସହ ବାସ କରୁଥିଲେ। ନିଜ ପତ୍ନୀ ଓ ୧୬ ବର୍ଷ ଝିଅ ସହ ରହୁଥିଲେ। ବୁଧବାର ସକାଳେ ତିନି ଜଣ ବିଷାକ୍ତ ପଦାର୍ଥ ଖାଇ ଆତ୍ମହତ୍ୟା କରିଛନ୍ତି। ଜବତ ହୋଇଥିବା ସୁଇସାଇଡ ନୋଟ୍‍ ଆଧାରରେ ପୁଲିସ କିଛି ସନ୍ଦିଗ୍ଧଙ୍କୁ ପଚରାଉଚରା କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories