www.samajalive.in
Saturday, December 6, 2025
26.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା ; ଦମ୍ପତି ସହ ୨ ଶିଶୁ ମୃତ

ଲଖନଉ : ଲଖନଉର ବିକାଶ ନଗର ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ଦମ୍ପତି ସମେତ ୨ ଶିଶୁଙ୍କର ମୃତ୍ୟୁ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସ୍କୁଟିକୁ ସ୍କର୍ପିଓ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି ବୋଲି ଜଣାପଡିଛି। ସ୍କର୍ପିଓଟି ଦ୍ରୁତ ଗତିରେ ଥିବା ବେଳେ ରାସ୍ତାରେ ସ୍କୁଟିରେ ଯାଉଥିବା ଦମ୍ପତି ଓ ୨ ଶିଶୁଙ୍କୁ ଧକ୍କା ଦେବା ସହ କିଛି ବାଟ ଯାଏଁ ଘୋଷାଡି ନେଇଥିଲା। ଏହାପରେ ସଭିଁଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ପରେ ଚାଳକ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories