www.samajalive.in
Saturday, December 6, 2025
14.1 C
Bhubaneswar

ଏହି ଲକ୍ଷଣ ମହିଳାଙ୍କୁ କରିଥାଏ ଭାଗ୍ୟଶାଳୀ

ପ୍ରତ୍ୟେକ ଲୋକଙ୍କ ଶରୀରରେ ଭିନ୍ନ ଭିନ୍ନ ଚିହ୍ନ ଥାଏ। ଏହାସହ ସେମାନଙ୍କ କାର୍ଯ୍ୟକଳାପ ଓ ଆଚରଣ ମଧ୍ୟ ପରସ୍ପର ଠାରୁ ଅଲଗା ହୋଇଥାଏ। ଅଧିକାଂଶ ପୁରୁଷ ଇଚ୍ଛା କରିଥାଆନ୍ତି ଯେ, ତାଙ୍କ ଜୀବନ ସାଥି ଭାଗ୍ୟଶାଳୀ ହୋଇଥାଆନ୍ତୁ। ମାତ୍ର ଶରୀରରେ ଥିବା କେତେକ ସଙ୍କେତ ଦେଖି ତାଙ୍କର ବ୍ୟବହାର ବିଷୟରେ ଜଣାଯାଇଥାଏ। ଜାଣନ୍ତୁ, କେଉଁ ଶାରିରୀକ ଲକ୍ଷଣ ଦେଖି କନ୍ୟା ମାନଙ୍କର ଆଚାରବ୍ୟବହାର ଓ ଭାଗ୍ୟ ବିଷୟରେ ଜଣାପଡ଼ିଥାଏ।
ଯେଉଁ ମାନଙ୍କର ଆଖି ବଡ଼ –
ଏପରି କୁହାଯାଏ ଯେ, ଯେଉଁମାନଙ୍କର ଆଖି ବଡ଼ ଓ ଆଖିର ଭିତର ଅଂଶ ଅଧିକ ଧଳା ହୋଇଥାଏ, ସେହି ମହିଳା ଚଞ୍ଚଳ ସ୍ୱଭାବର ଅଟନ୍ତି। ଏହିପ୍ରକାରର ମହିଳାମାନେ ନିଜ ଆଖପାଖର ଅଞ୍ଚଳ ସର୍ବଦା ହସଖୁସିରେ ଭରି ଦେଇଥାଆନ୍ତି।
ଯେଉଁ ମହିଳାମାନଙ୍କର ଜିଭ ଲାଲ ରଙ୍ଗର ହୋଇଥାଏ, ସେମାନେ କୋମଳ ସ୍ୱଭାବର ଓ ତାଙ୍କ ଜୀବନ ସୁଖମୟ ହୋଇଥାଏ। ଏମାନଙ୍କ ଭଲ ଲକ୍ଷଣ କାରଣରୁ ପରିବାର ସଦସ୍ୟଙ୍କ ଭାଗ୍ୟ ଉପରେ ମଧ୍ୟ ଉତ୍ତମ ପ୍ରଭାବ ପଡ଼ିଥାଏ।
ଏପରି କେତେକ ମହିଳା ଅଛନ୍ତି, ଯେଉଁମାନଙ୍କ ନାକରେ କଳାଜାଇ ଥାଏ। ସେମାନେ ଖୁବ ଭାଗ୍ୟଶାଳୀ ଅଟନ୍ତି। ଏହି ଚିହ୍ନ ଥିଲେ ମହିଳାଙ୍କ ଜୀବନରେ ସୁଖଶାନ୍ତି ରହିବା ସହ ଧନସମ୍ପତ୍ତି ମଧ୍ୟ ପ୍ରାପ୍ତି ହୋଇଥାଏ। ଏହାସହ ଏମାନଙ୍କ ବିଚାରଧାରା ମଧ୍ୟ ଉତ୍ତମ ଅଟେ।
ଏପରି କୁହାଯାଏ ଯେ, ଯେଉଁ ମହିଳାମାନଙ୍କର ପାଦର ଆଙ୍ଗୁଠି ଅଳ୍ପ ଉଚ୍ଚକୁ ଉଠି ରହିବା ସହ ସାମାନ୍ୟ ବୃତ୍ତାକାର ହୋଇଥାଏ ସେମାନେ ମଧ୍ୟ ଭାଗ୍ୟଶାଳୀ ଅଟନ୍ତି। ପତିବ୍ରତା ଅଟନ୍ତି।
ଯେଉଁ ମହିଳାମାନଙ୍କର ଗୋଇଠି ଗୋଲାକାର ହୋଇଥାଏ, ସେମାନଙ୍କ ଜୀବନରେ ସର୍ବଦା ହସଖୁସି ରହିଥାଏ, ଏହା ଛଡ଼ା ସମସ୍ୟା ଆସିଲେ ମଧ୍ୟ ସହଜରେ ସମାଧାନ ହୋଇଯାଏ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories