www.samajalive.in
Friday, December 12, 2025
15.1 C
Bhubaneswar

ଲୁଲୁ ମହାପାତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର : ଲୁଲୁ ମହାପାତ୍ର ରାଜ୍ୟସ୍ତରୀୟ ସ୍ମୃତି କମିଟି ତରଫରୁ ଦିବଗଂତ କଂଗ୍ରେସ ନେତା ଶ୍ରୀଯୁକ୍ତ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ର (ଲୁଲୁ)ଙ୍କ ୫୬ତମ ଜନ୍ମଦିବସ ପାଳନ କରାଯାଇଅଛି। ସ୍ଥାନୀୟ କ୍ୟାପିଟାଲ ହାଇସ୍କୁଲ ସମ୍ମିଳନୀ କକ୍ଷରେ ସ୍ମୃତି କମିଟି ଅଧ୍ୟକ୍ଷ ଶ୍ରୀ ଶୁଭେନ୍ଦୁ ମହାନ୍ତି ସଭାପତିତ୍ୱରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଟଣୀ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ ଯୋଗଦେଇ ଲୁଲୁ ମହାପାତ୍ର ମରିନାହାନ୍ତି ଅମର ହୋଇ ଛାତ୍ର ଯୁବ ସମାଜଙ୍କ ହୃଦୟରେ ସ୍ଥାନ ନେଇଛନ୍ତି। ତାଙ୍କ ଛାତ୍ର ଜୀବନ କାଳରେ ଛାତ୍ର ସଂଗଠନର ଦାୟିତ୍ୱ ନେଇ ଛାତ୍ର ସମାଜକୁ ଆଗେଇ ନେବାରେ ତାଙ୍କର ବଳିଷ୍ଠ ନେତୃତ୍ୱ ଏବେବି ମନେପଡ଼ୁଛି।

ଲୁଲୁ ମହାପାତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବକୁ ଉଦଘାଟକ ଭାବେ ତାଙ୍କର ସୁପୁତ୍ରୀ ସୁଶ୍ରୀ ଉପାସନା ମହାପାତ୍ର ଉଦ୍ଘାଟନ କରି ତାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଅନ୍ୟମାନଙ୍କ ଅତିଥି ମାନଙ୍କ ମଧ୍ୟରେ ବିଧାୟକ ତାରା ପ୍ରସାଦ ବାହିନୀପତି, ବିଧାୟକ ମହମ୍ମଦ ମୋକିମ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପୂର୍ବତନ ସାଂସଦ ଅନନ୍ତ ପ୍ରସାଦ ସେଠୀ, ପଞ୍ଚାନନ କାନୁନଗୋ, ଶିବାନନ୍ଦ ରାୟ ପ୍ରମୁଖ ଯୋଗଦେଇ ତାଙ୍କର ସ୍ମୃତି ଚାରଣ କରିଥିଲେ। ଏହି ଜୟନ୍ତୀ ଅବସରରେ ଉପସ୍ଥିତ ଥିବା ଅତିଥିମାନେ ପ୍ରାରମ୍ଭରେ ଲୁଲୁ ମହାପାତ୍ରଙ୍କ ଫଟୋ ଚିତ୍ରରେ ପୁଷ୍ପଗୁଚ୍ଛ ଦେଇଥିଲେ। ଓଏସ ପରିକ୍ଷାରେ କୃତକାର୍ୟ୍ୟ ହୋଇଥିବା ସୁଶ୍ରୀ ତପସ୍ୱିନୀ ଦାସଙ୍କୁ ଉତରୀୟ ଦେଇ ସମ୍ବର୍ଦ୍ଧିତ କରିବା ସହିତ ସ୍କୁଲ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗୀତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରିଥିଲେ। ଏହି କାର୍ୟ୍ୟକ୍ରମରେ ହିମାଂଶୁ ଲେଙ୍କା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଂପାଦକ ଦୀପକ ସାହୁ ଧନ୍ୟବାଦ ଦେଇଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories