www.samajalive.in
Wednesday, December 10, 2025
23.1 C
Bhubaneswar

ରାଜସ୍ଥାନ ବିଜେପି ଅଧ୍ୟକ୍ଷ ମଦନ ଲାଲଙ୍କ ପରଲୋକ

ଜୟପୁର : ରାଜସ୍ଥାନ ବିଜେପିର ଅଧ୍ୟକ୍ଷ ମଦନ ଲାଲ ସାଇନୀଙ୍କ ସୋମବାର ସନ୍ଧ୍ୟାରେ ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା।
ବୃକକ ସଂକ୍ରମଣ ଜନିତ ରୋଗରେ ତାଙ୍କୁ ଶୁକ୍ରବାର ଏମ୍ସରେ ଭର୍ତ୍ତି କରାଯାଇଥିଲା। ଏହା ପୂର୍ବରୁ ସେ ଜୟପୁରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଶୁକ୍ରବାର ଦିନ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସାଇନୀଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ହସ୍ପିଟାଲକୁ ଯାଇଥିଲେ। ସାଇନୀଙ୍କ ଦେହାନ୍ତରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଶୋକ ବ୍ୟକ୍ତ କରିଛନ୍ତି। ସେ ସାଇନୀଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆତ୍ମାର ସଦଗତି କାମନା କରିଛନ୍ତି।
୧୯୪୩ ଜୁଲାଇ ୧୩ରେ ମଦନ ଲାଲ ସାଇନୀ ରାଜସ୍ଥାନର ସିକରରେ ଜନ୍ମଗ୍ରହଣ କରିଥିଲେ। ସେ ଜନସଂଘ ସମୟରୁ ରାଜନୀତିରେ ସକ୍ରିୟ ଥିଲେ। ସେ ଝୁନଝୁନର ଗୁଢା ବିଧାନସଭା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ଭାରତୀୟ ମଜଦୁର ସଂଘ ସହ କାର୍ଯ୍ୟ କରିଥିଲେ। ସାଇନୀ ପ୍ରଦେଶ ବିଜେପି ମହାମନ୍ତ୍ରୀ, ପ୍ରଦେଶ ଶୃଙ୍ଖଳା କମିଟିର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ। ସେ ୨୦୧୮ରୁ ରାଜସ୍ଥାନ ବିଜେପିର ଅଧ୍ୟକ୍ଷ ପଦରେ ଥିଲେ।

Hot this week

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

Related Articles

Popular Categories