www.samajalive.in
Monday, December 8, 2025
20.1 C
Bhubaneswar

୩ଟି ବସ୍‌‌କୁ ଧକ୍କା ଦେଲା ଟ୍ରକ ; ୧୭ ମୃତ, ୫୦ ଆହତ

ଭୋପାଳ : ମଧ୍ୟପ୍ରଦେଶର ସିଧୀରେ ଚୁରହଟ-ରୀବା ଜାତୀୟ ରାଜପଥରେ ବଡଖରା ଗାଁ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଛିଡା ହୋଇଥିବା ଅନ୍ୟ ୩ଟି ବସ୍‌‌କୁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୧୭ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନାନୁଯାୟୀ, ସିଧୀରେ ଚୁରହଟ – ରୀବା ଜାତୀୟ ରାଜପଥରେ ହୋଇଥିବା ଏହି ଦୁର୍ଘଟଣାରେ ଘଟଣା ସ୍ଥଳରେ ହିଁ ୮ ଜଣଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ମାନଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଟ୍ରକଟିର ଚକା ଫାଟି ଯିବାରୁ ଏହା ଅନିୟନ୍ତ୍ରିତ ହୋଇ ଛିଡା ହୋଇଥିବା ଅନ୍ୟ ୩ ବସ୍‌‌କୁ ଧକ୍କା ଦେଇଥିଲା। ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ, ଦ୍ରୁତ ଗତିରେ ଟ୍ରକଟି ୩ଟି ବସକୁ ଧକ୍କା ଦେଇଥିଲା। ଏହାପରେ ୨ଟି ବସ୍‌‌ ୧୦ ଫୁଟ ଗଭୀର ଖାଇକୁ ଖସି ପଡିଥିଲା। ଅନ୍ୟ ଏକ ବସ୍‌‌ ରାସ୍ତା ଉପରେ ହିଁ ଓଲଟି ପଡିଥିଲା। ଟ୍ରକରେ ସିମେଣ୍ଟ ବୋଝେଇ ହୋଇ ଥିବା ସହ ଧକ୍କା ଦେବା ପରେ ଓଲଟି ପଡିଥିଲା। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଥିଲେ।
ଏହି ମର୍ମନ୍ତୁଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହାସହ ମୃତକଙ୍କ ପରିଜନଙ୍କ ପାଇଁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଓ ଆହତଙ୍କୁ ୨ ଲକ୍ଷ ଲେଖାଏଁ ଓ ସାମାନ୍ୟ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories