www.samajalive.in
Friday, December 5, 2025
16.1 C
Bhubaneswar

ଓଡିଆ ହସ୍ତତନ୍ତ ଶାଢୀ ପିନ୍ଧିବାକୁ ମାଧୁରୀ ନେଇଛନ୍ତି କୋଟିଏ ୬୦ ଲକ୍ଷ ଟଙ୍କା

ଭୁବନେଶ୍ୱର: ବଲିଉଡ୍ ଅଭିନେତ୍ରୀ ମାଧୁରୀ ୧ କୋଟି ୬୦ ଲକ୍ଷ ଟଙ୍କା ନେଇଛନ୍ତି। ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ବୟନ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ। ସେ କହିଛନ୍ତି ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କୁ ୨୦୨୫ରେ ନିଯୁକ୍ତି କରାଯାଇଛି। ଏହି ନିଯୁକ୍ତି ପାଇଁ ମାଧୁରୀଙ୍କୁ ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ବିମାନ ସହ ରହିବା ଓ ଖାଇବା ଖର୍ଚ୍ଚ ଅଲଗା ନେଇଛନ୍ତି। ବିମାନ ସହ ରହିବା ଓ ଖାଇବା ଖର୍ଚ୍ଚ ଅଲଗା ନେଇଛନ୍ତି। ଓଡିଶା ହସ୍ତତନ୍ତର ଚାହିଦାକୁ ଆନ୍ତର୍ଜାତୀୟ ବଜାରରେ ବ୍ୟାପକ କରିବା ପାଇଁ ବଲିଉଡ୍ ଅଭିନେତ୍ରୀ ମାଧୁରୀଙ୍କୁ ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ନିଯୁକ୍ତ କରାଯାଇଛି। ଯାହାଦ୍ଵାରା ଓଡିଶା ବୁଣାକାର ମାନଙ୍କର ସାମାଜିକ ଓ ଆର୍ଥିକ ମାନଦଣ୍ଡରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିବ ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories