www.samajalive.in
Sunday, December 7, 2025
14.1 C
Bhubaneswar

ଦାୟିତ୍ଵ ନେଲେ ମଧୁସୂଦନ ପାଢୀ

ଭୁବନେଶ୍ଵର : ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ଵ ନେଲେ ମଧୁସୂଦନ ପାଢୀ। ଭୁବନେଶ୍ଵରସ୍ଥିତ ତୋଷାଳି ଭବନରେ ସେ ଦାୟିତ୍ଵ ନେଇଛନ୍ତି। ପୂର୍ବତନ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ତାଙ୍କୁ ଦାୟିତ୍ଵ ହସ୍ତାନ୍ତର କରିଛନ୍ତି। ଆଜିଠୁ ସେ ଦାୟିତ୍ଵ ତୁଲାଇବେ। ୨୦୨୪ ଅଗଷ୍ଟ ମାସରୁ ଆଦିତ୍ୟ ପ୍ରସାଦ ପାଢୀଙ୍କ କାର୍ଯ୍ୟକାଳ ସରିଥିଲା। ସେବେଠାରୁ ଏହି ପଦବୀ ଖାଲି ପଡିଥିଲା। ଆଜି ତାଙ୍କ ସ୍ଥାନରେ ମଧୁସୂଦନ ପାଢୀ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ୧୯୯୧  ବ୍ୟାଚର ଜଣେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ। ସେ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଆଗରୁ କାମ କରିଛନ୍ତି । ସେ ରାଜ୍ୟ ସରକାରଙ୍କ ସୂଚନା ପ୍ରଯୁକ୍ତି ବିଭାଗର ପ୍ରମୁଖ ସଚିବ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ, ପରିବହନ କମିଶନର ଓ ଓମଫେଡର ପରିଚାଳନା ନିର୍ଦ୍ଦେଶକ ଭାବେ କାମ କରିବାର ଅଭିଜ୍ଞତା ତାଙ୍କର ରହିଛି । ୨୦୨୨ ଅକ୍ଟୋବର ମାସରେ ସେ ଚାକିରିରୁ ଅବସର ନେଇଥିଲେ । ତା ପୂର୍ବରୁ ତାଙ୍କୁ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ଦିଆଯାଇଥିଲା ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories