www.samajalive.in
Sunday, December 7, 2025
23.1 C
Bhubaneswar

ମହାକାଳ ମନ୍ଦିର ଗର୍ଭଗୃହରେ ଅଗ୍ନିକାଣ୍ଡ, ନିଆଁ ଲାଗି ପୂଜାରୀଙ୍କ ସହ ୧୩ ଜଣ ଆହତ

ଉଜ୍ଜୈନ: ମଧ୍ୟପ୍ରଦେଶ ଉଜ୍ଜୈନରେ ଥିବା ମହାକାଳ ମନ୍ଦିରରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି । ସୋମବାର ସକାଳେ ମନ୍ଦିରର ଗର୍ଭଗୃହରେ ଭସ୍ମ ଆଳତୀ ବେଳେ ଅଗ୍ନିକାଣ୍ଡ ଘଟିଛି । ଏଥିରେ ଜଣେ ପୂଜାରୀଙ୍କ ସମେତ ୧୩ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମହାକାଳ ମନ୍ଦିରରେ ମୁଖ୍ୟ ପୁରୋହିତ ସଞ୍ଜୟ ଗୁରୁ, ବିକାଶ ପୂଜାରୀ, ମନୋଜ ପୂଜାରୀ, ଅନଶ ପୁରୋହିତ, ସେବକ ମହେଶ ଶର୍ମା ଏବଂ ଚିଣ୍ଟମାନ ଗେହଲୋଟ୍ ଆହତ ହୋଇଛନ୍ତି। ଭସ୍ମ ଆଳତୀ ସମୟରେ ଅବିର ବ୍ୟବହାର କରାଯାଉଥିଲା । ଏହି ଆରତୀ ସମୟରେ ଆଜି ଗର୍ଭଗୃହ ମଧ୍ୟରେ କର୍ପୂର ପୋଡି ଯାଇଥିଲା । ଯେଉଁ କାରଣରୁ ସେଠାରେ ଉପସ୍ଥିତ ୧୩ ପୁରୋହିତ ଆହତ ହୋଇଥିଲେ। ମିଳିଥିବା ସୂଚନା ଅନୁଯାୟୀ ଉଜ୍ଜୈନ ଜିଲ୍ଲାପାଳ ନୀରଜ କୁମାର ସିଂହ କହିଛନ୍ତି ଯେ ନିଆଁକୁ ଆୟତ୍ତ କରାଯାଇଛି। ଏହି ଅଗ୍ନିକାଣ୍ଡରେ ଲୋକମାନେ ସାମାନ୍ୟ ଦଗ୍ଧ ହୋଇଥିବା ସେ କହିଛନ୍ତି।

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories