www.samajalive.in
Saturday, December 6, 2025
26.1 C
Bhubaneswar

ନର୍ମଦା ନଦୀକୁ ଖସିଲା ଯାତ୍ରୀବାହୀ ବସ୍‍ ; ୧୨ ମୃତ

ଧାର୍‍ : ମଧ୍ୟପ୍ରଦେଶର ଧାର୍‍ ଜିଲାର ଖଲଘାଟରେ ଆଜି ଏକ ବଡ ଅଘଟଣ ଘଟିଛି। ନର୍ମଦା ନଦୀକୁ ଖସି ପଡିଛି ଏକ ଯାତ୍ରୀବାହୀ ବସ୍‍। ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ବସରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ମିଳିଥିବା ସୂଚନାନୁଯାୟୀ, ଇନ୍ଦୌରରୁ ମହାରାଷ୍ଟ୍ର ଯାଉଥିବା ଏହି ଯାତ୍ରୀବାହୀ ବସଟି ଖଲଘାଟ ସଞ୍ଜୟ ସେତୁ ଉପରେ ଅନିୟନ୍ତ୍ରିତ ହୋଇ ୨୫ ଫୁଟ୍‍ ତଳକୁ ନଦୀ ଭିତରକୁ ଖସିପଡିଛି। ଏନଡିଆରଏଫ ଟିମ୍‍ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବସଟିକୁ କ୍ରେନ ସାହାଯ୍ୟରେ ନଦୀରୁ ବାହାର କରାଯାଉଛି।
ଏହି ମର୍ମନ୍ତୁଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ବସ ନଦୀରେ ଖସିପଡିବା ଖବର ଜଣାପଡିବା ପରେ ପ୍ରଶାସନକୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଆବଶ୍ୟକ ଅନୁଯାୟୀ ସମସ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

 

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories