www.samajalive.in
Monday, December 15, 2025
17.1 C
Bhubaneswar

ବାଇକ୍‌ ସହ ଧକ୍କା ପରେ କୂଅକୁ ଖସିଲା ଭ୍ୟାନ୍‌, ୧୨ ମୃତ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶର ମନ୍ଦସୌର ଜିଲାରେ ଦ୍ରୁତ ଗତିରେ ଥିବା ଏକ ଭ୍ୟାନ୍‌ ଓ ମୋଟରସାଇକେଲ୍‌ ମୁହାଁମୁହିଁ ଧକ୍କା ହେବା ପରେ କୂଅକୁ ଖସି ୧୨ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ବାଇକ୍‌ ଆରୋହୀ ମଧ୍ୟ ସାମିଲ ରହିଛନ୍ତି । ଜଣେ ସ୍ଥାନୀୟ ବ୍ୟକ୍ତିଙ୍କ ମଧ୍ୟ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଯାଇଥିବା ବେଳେ ପ୍ରାଣ ହରାଇଛନ୍ତି । ଏହି ଦୁର୍ଘଟଣା ରବିବାର ନାରାୟଣଗଡ ଥାନା ନିକଟରେ ଘଟିଛି ।
ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିଜନ ଓ ଆହତଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିଜନଙ୍କୁ ୨ ଲକ୍ଷ ଲେଖାଏଁ ଓ ଆହତଙ୍କ ପାଇଁ ୫୦ ହଜାର ସହାୟତା ରାଶି ଘୋଷଣା କରାଯାଇଛି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।
ପୁଲିସ ଠାରୁ ମିଳିଥିବା ସୂଚନାନୁଯାୟୀ, ଭ୍ୟାନ୍‌ ସହ ଧକ୍କା ହେବା ପରେ ପ୍ରଥମେ ବାଇକ୍‌ ଓ ପରେ ଭ୍ୟାନ୍‌ କୂଅକୁ ଖସି ପଡିଥିଲା । ଭ୍ୟାନ୍‌ରେ ପ୍ରାୟ ୧୩ ଜଣ ଥିଲେ । ଘଟଣା ବିଷୟରେ ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ୪ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପୁଲିସ ଘଟଣାର ତଦନ୍ତ ଜାରି କରିଛି ।

ଦେଖନ୍ତୁ ଭିଡିଓ; କୁଲ୍‌ଫି ଖାଇବା ବେଳେ ବାହାରିଲା ବ୍ଲେଡ୍‌,ଆଉ ତା’ପରେ..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories