www.samajalive.in
Tuesday, December 9, 2025
16.1 C
Bhubaneswar

ମାଘ ସପ୍ତମୀ : ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଭୁବନେଶ୍ୱର : ଆଜି ହେଉଛି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ଚନ୍ଦ୍ରଭାଗାରେ ବ୍ୟାପକ ପୁଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି। ଏହାସହ ସମୁଦ୍ରରେ ସୁରକ୍ଷିତ ସ୍ନାନ ପାଇଁ ଏନଡ଼ିଆରଏଫ, ଓଡ଼୍ରାଫ ଓ ଅଗ୍ନିଶମ ବାହିନୀଙ୍କୁ ମଧ୍ୟ ମୁତୟନ ହୋଇଛନ୍ତି। ଭକ୍ତଙ୍କ ସୁବିଧା ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ ମଧ୍ୟ କରାଯାଇଛି। ପରମ୍ପରା ଓ ପୁରାଣ ଅନୁଯାୟୀ, ସାରଳା ଦାସଙ୍କ ମହାଭାରତ ଏକ ପର୍ବରେ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରାଯାଇଛି ଓ ଏହା ବିଷୟରେ ଉଲ୍ଲେଖ ରହିଛି, ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ଅର୍କ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହି ତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୋଇଥାଏ। ତେଣୁ କୋଣାର୍କ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛି। ଏହି ଦିନ ରେ ସୂର୍ଯ୍ୟଦେବଙ୍କୁ ବିଶେଷ ଭାବେ ପୂଜାର୍ଚ୍ଚନା କରାଯାଏ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories