www.samajalive.in
Saturday, December 13, 2025
21.1 C
Bhubaneswar

ଭକ୍ତ ଦାସିଆଙ୍କ ପୀଠରେ ମହାବୀର ଜୟନ୍ତୀ ପାଳିତ

ପିପିଲି : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନନ୍ୟ ଭକ୍ତ ଶିରୋମଣି ଦାସିଆଙ୍କ ପିପିଲି ତେଇସିପୁର ନିକଟବର୍ତ୍ତୀ ବାଲିଗାଁ ସ୍ଥିତ ଜନ୍ମ ଓ ସାଧନା ପୀଠ ପରିସରରେ ଥିବା ଶ୍ରୀମହାବୀରଙ୍କ ମନ୍ଦିରରେ ହନୁମାନଙ୍କ ଜୟନ୍ତୀ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଷୁବ ପଣାସଂକ୍ରାନ୍ତୀ ଓ ହନୁମାନଙ୍କ ଜୟନ୍ତୀ ଅବସରରେ ଭକ୍ତ ଦାସିଆ ସ୍ମୃତି କମିଟି ପକ୍ଷରୁ ପ୍ରତ୍ୟୁଷରେ ପୀଠ ପରିସରସ୍ଥ ଶ୍ରୀଜଗନ୍ନାଥଙ୍କ ମନ୍ଦିର, ଶ୍ରୀମହାବୀରଙ୍କମନ୍ଦିର, ମା’ ବିମଳା ଓ ମା’ ମଙ୍ଗଳାଙ୍କ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଛନା କରାଯିବା ସହ ବେଦ ଓ ଗୀତାପାଠ କରାଯାଇଥିଲା  । ଶ୍ରୀମହାବୀରଙ୍କ ମନ୍ଦିରରେ ୧୦୮ ହନୁମାନ ଚାଳିଶା କରାଯାଇଥିବାବେଳେ ସେଠାରେ ଅନୁଷ୍ଠିତ ହୋମଯଜ୍ଞରେ ସମାଜସେବୀ ପ୍ରଦୀପ କୁମାର ଦାଶ ଓ ତାଙ୍କ ଧର୍ମପତ୍ନୀ ମୁଖ୍ୟପୁରୋଧା ଭାବେ ଦାୟିତ୍ୱ ତୁଳାଇଥିଲେ । ଭକ୍ତ ଦାସିଆ ସଂକୀର୍ତ୍ତନ ମଣ୍ଡଳୀ ପକ୍ଷରୁ ନାମସଂକୀର୍ତ୍ତନ ପରିବେଷଣ କରାଯାଇଥିବାବେଳେ ଅଜୟ କୁମାର ଦାଶ ଭଜନ ପରିବେଷଣ କରିଥିଲେ । ଏହି ଅବସରରେ ଭକ୍ତ ଦାସିଆ ସ୍ମୃତି କମିଟି ପକ୍ଷରୁ ଆୟୋଜିତ ସଭାରେ ବରିଷ୍ଠ ସଦସ୍ୟ ଚିତ୍ତରଞ୍ଜନ ସେନାପତୀ ସଭାପତିତ୍ୱ  କରିଥିଲେ । ସ୍ମୃତି କମିଟିର ସାଧାରଣ ସମ୍ପାଦକ ଡଃ ଘନଶ୍ୟାମ ସ୍ୱାଇଁ, ଇଂ ଶ୍ରୀଧର ମହଲା, ଇଂ ଦିଲିପ କୁମାର ପତି, ସ୍ୱୟଂପ୍ରକାଶ ପରିଡା, ରମେଶ ଚନ୍ଦ୍ର ପ୍ରଧାନ, ପ୍ରଫେସର ବୃନ୍ଦାବନ ମହାପାତ୍ର ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ମଧ୍ୟାହ୍ନରେ ଦୂର ଦୂରାନ୍ତରୁ ଆସିଥିବା ଭକ୍ତମାନଙ୍କ ପାଇଁ ପ୍ରସାଦସେବନର ବ୍ୟବସ୍ଥା କରାଯାଇଥିଲା । ସେଠାରେ ଥିବା ଭକ୍ତ ଦାସିଆଙ୍କ ସମାଧି ପୀଠ, ଶ୍ରୀଜଗନ୍ନାଥଙ୍କ ମନ୍ଦିର, ରାଧାମୋହନ ମଠ, ତୁଳସୀ ବଣ, ପଦ୍ମ ପୋଖରୀ ଓ ଭକ୍ତ ଦାସିଆ ତାଙ୍କ ପତ୍ନୀଙ୍କୁ ଜଳ ମଧ୍ୟରେ ରଥଯାତ୍ରା ଦେଖାଇଥିବା ଗୋଠଗାଡିଆ ନିକଟରେ ଶ୍ରଦ୍ଧାଳୁଙ୍କର ବେଶ୍‍  ଭିଡ ପରିଲକ୍ଷିତ ହୋଇଥିଲା  ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories