www.samajalive.in
Sunday, December 14, 2025
14.1 C
Bhubaneswar

ପାରମ୍ପରିକ ରୀତିନୀତିରେ ଚାଳିଛି ମହାମାୟାଙ୍କ ମହାନବମୀ ପୂଜାର୍ଚ୍ଚନା, ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ବର: ଭୁବନେଶ୍ବର: ଆଜି ମହାମାୟାଙ୍କ ମହା ନବମୀ । ସୋମବାର ରାଜ୍ୟର ବିଭିନ୍ନ ମଣ୍ଡପରେ ମା’ ଦୁର୍ଗାଙ୍କ ମହାନବମୀ ପୂଜା ପାରମ୍ପରିକ ରୀତିନୀତିରେ ଅନୁଷ୍ଠିତ ହେଉଛି। ନବମୀରେ କୁମାରୀ ପୂଜା କରିବାର ବିଧି ରହିଛି। ତେଣୁ କିଛି ମଣ୍ଡପରେ କୁମାରୀ ପୂଜା, ଗୋ-ପୂଜନ କରାଯିବ। ସେହିଭଳି ବଙ୍ଗୀୟ ପରମ୍ପରା ଅନୁସାରେ କେତେକ ମଣ୍ଡପରେ ସିନ୍ଦୁର ଖେଳ ମଧ୍ୟ ହେବାର କାର୍ଯ୍ୟକ୍ରମ ରହିଛି । ମା’ଙ୍କୁ ଝିଅ ଭାବେ ପୂଜା କରିବା ସହ ବଙ୍ଗୀୟ ଢାଞ୍ଚାରେ ସିନ୍ଦୁର ଖେଳ କରାଯାଇଥାଏ। କେତେକ ମଣ୍ଡପରେ ମାଆଙ୍କ ପାଖରେ ଲାଗିହେବ ମାଛ ଭୋଗ । ସଧବା ମହିଳା ବେଶରେ ମାତା ଦୁର୍ଗାକୁ ଝିଅ ରୂପେ ପାଇଲା ପରେ ଆଜି ଘରୁ ବିଦା କରାଯିବାର ପରମ୍ପରା ରହିଛି । ସେପଟେ ପୀଠରେ ଚାଲିଛି ଦଶମୀ ପୂଜା। ଆଜି ମହୀଷାମର୍ଦ୍ଦିନୀ ବେଶରେ ଦର୍ଶନ ଦେବେ ମା’ କଟକ ଚଣ୍ଡୀ।

କଟକ, ଭୁବନେଶ୍ବର, ସମ୍ବଲପୁର, ବ୍ରହ୍ମପୁର, ବାଲେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମଣ୍ଡପରେ ମହାନବମୀ ପୂଜା ଅନୁଷ୍ଠିତ ହେଉଛି। ପୂଜାମଣ୍ଡପଗୁଡ଼ିକରେ ସକାଳୁ ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories