www.samajalive.in
Wednesday, December 10, 2025
23.1 C
Bhubaneswar

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍‌ ସମ୍ମୁଖରେ ଚାଲୁଥିବା ଆଲୋଚନା ଓ ପ୍ରକ୍ରିୟାଗୁଡିକୁ ଦୃଷ୍ଟିରେ ରଖି, ଏବଂ ମହାନଦୀ ଜଳ ବିଷୟର ଜଟିଳତା ଓ ଭାବପ୍ରବଣତାର ଗୁରୁତ୍ୱକୁ ମନେକରି, ସରକାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି କମିଟି ଗଠନ କରାଯାଇଛି।
ଏହି କମିଟି ମହାନଦୀ ଜଳ ସମ୍ବନ୍ଧୀୟ ସମସ୍ତ ପ୍ରାସଙ୍ଗିକ ଦିଗକୁ ପରୀକ୍ଷା କରିବ ଏବଂ ରାଜ୍ୟର ବୈଷୟିକ ଏବଂ ପ୍ରଶାସନିକ ସ୍ତରରେ ଚାଲୁଥିବା ପ୍ରୟାସଗୁଡ଼ିକୁ ଆବଶ୍ୟକ ନୀତିଗତ ଦିଗଦର୍ଶନ ପ୍ରଦାନ କରିବ। ଏହି କମିଟିରେ ମନ୍ତ୍ରୀ ସୁରେଶ ପୂଜାରୀ, ପୃଥ୍ବୀରାଜ ହରିଚନ୍ଦନ, ସମ୍ପଦ ଚନ୍ଦ୍ର ସ୍ଵାଇଁ, ଶ୍ରୀ ସରୋଜ କୁମାର ପ୍ରଧାନ, ନିରଞ୍ଜନ ପୂଜାରୀ, ଜୟନାରାୟଣ ମିଶ୍ର, ଏବଂ ଶ୍ରୀମତୀ ସୋଫିଆ ଫିର୍ଦୋସ୍ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

Related Articles

Popular Categories