www.samajalive.in
Saturday, December 6, 2025
16.1 C
Bhubaneswar

ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ରାସ୍ତା ବାହାରିବ

ଭୁବନେଶ୍ୱର : ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ସୌହାର୍ଦ୍ୟପୂର୍ଣ୍ଣ ବାତାବରଣରେ ଏହି ବିବାଦର ଆପୋସ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଥିଲେ। ଦୁଇ ରାଜ୍ୟ ପରସ୍ପରର ପଡ଼ୋଶୀ ରାଜ୍ୟ ଏବଂ ଉଭୟ ରାଜ୍ୟ ମଧ୍ୟରେ ଭାଷା ଓ ଭାବଗତ ସାମଞ୍ଜସ୍ୟ ମଧ୍ୟ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ଉଭୟ ରାଜ୍ୟର ଜନସାଧାରଣଙ୍କ ହିତଦୃଷ୍ଟିରୁ ଏହାର ତୁରନ୍ତ ସମାଧାନ ହେବା ଆବଶ୍ୟକ।
ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ସାଏ ଏହା ଉପରେ ସକାରାତ୍ମକ ମତାମତ ପ୍ରକାଶ କରି କହିଥିଲେ ଯେ, ସେ ସଦାସର୍ବଦା ଆପୋସ ସମାଧାନ ସପକ୍ଷରେ ଅଛନ୍ତି। ଆଲୋଚନା ଜରିଆରେ ଏହି ସମସ୍ୟାର ଉପଯୁକ୍ତ ସମାଧାନ ହୋଇପାରିବ ବୋଲି ସେ ମତ ଦେଇଥିଲେ। ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବିଷୟ ଉପରେ ଗୁରୁତ୍ୱ ଦେଇ ଏହାର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ରାସ୍ତା ବାହାର କରିବାକୁ ଏକମତ ହୋଇଛନ୍ତି।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories