www.samajalive.in
Monday, December 8, 2025
27.1 C
Bhubaneswar

ମହାନଦୀ ଡଙ୍ଗା ବୁଡି ଘଟଣା: ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଝାରସୁଗୁଡା:ଝାରସୁଗୁଡ଼ା ଜିଲା ଲଖନପୁର ମହାନଦୀରେ ଡଙ୍ଗା ବୁଡି ଘଟଣା। ଖୋଜାଖୋଜି ପରେ ଆଜି ସକାଳୁ ଆଉ ୪ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଶୁକ୍ରବାର ଜଣଙ୍କର ମୃତଦେହ ମିଳିଥିଲା। ତେବେ ବର୍ତ୍ତମାନ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି।  ଶୁକ୍ରବାର ଲଖନପୁର ବ୍ଲକ ଶରଧା ନିକଟ ମହାନଦୀରେ ଡଙ୍ଗା ବୁଡିଯାଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ମହିଳା ଓ ୩ ଶିଶୁଙ୍କ ସମେତ ୭ ଜଣ ନିଖୋଜ ରହିଥିଲେ। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ଏମାନେ ବରଗଡ ବାଞ୍ଜିପାଲିକୁ ଯାଉଥିବାବେଳେ ଏଭଳି ଅଘଟଣ ଘଟିଥିଲା। ପ୍ରାୟ ୪୩ଜଣ ଲୋକଙ୍କୁ ସ୍ଥାନୀୟ ମତ୍ସ୍ୟଜୀବୀ ମାନେ ଉଦ୍ଧାର କରିଥିଲେ। ସେପଟେ  ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି। ଏହି ଅଘଟଣ ନେଇ ମୁଖ୍ୟମନ୍ତ୍ରୀ ଶୋକବ୍ୟକ୍ତ କରିବା ସହ ମୃତକଙ୍କ ‌ପରିବାରବର୍ଗକୁ ସମବେଦନା ଜଣାଇଛନ୍ତି। ଉଦ୍ଧାର ସମସ୍ତ ଯାତ୍ରୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ଜିଲା ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories