www.samajalive.in
Monday, December 15, 2025
24.1 C
Bhubaneswar

ଆଲୋଚନା ମାଧ୍ୟମରେ ତୁଟିବ ମହାନଦୀ ଜଳ ବିବାଦ

ଭୁବନେଶ୍ୱର: ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଚାଲିଥିବା ମହାନଦୀ ଜଳ ବିବାଦର ସମାଧାନ ଆପୋଷ ଆଲୋଚନା ମାଧ୍ୟମରେ ହେବ। ବୁଧବାର ଲୋକସେବା ଭବନରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ଉପରେ ଗୁରୁତ୍ଵାରୋପ ଦେଇଛନ୍ତି।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରୀୟ ଜଳ କମିଶନରେ ସମସ୍ୟା ସମାଧାନ ପାଇଁ ହେଉଥିବା ଉଦ୍ୟମ ମନ୍ଥର ଗତିରେ ଚାଲିଥିବାରୁ କେନ୍ଦ୍ର ସରକାରଙ୍କ ସହଯୋଗରେ ଉଭୟ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା କରାଯାଇ ଏହି ସମସ୍ୟାର ସମାଧାନ କରାଯାଇପାରିବ। ଏଥିରେ କେନ୍ଦ୍ର ଜଳ କମିଶନ ବୈଷୟିକ ସହଯୋଗ ପ୍ରଦାନ କରିପାରିବ। ଏହାଦ୍ୱାରା ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଥିବା ଦୀର୍ଘଦିନର ବିବାଦ ସମାଧାନ ହୋଇପାରିବ ଏବଂ ଉଭୟ ରାଜ୍ୟ ମଧ୍ୟରେ ସୁସମ୍ପର୍କ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

- Advertisement -

ସୂଚନାଯୋଗ୍ୟ, ପୂର୍ବରୁ ଫେବୃୟାରୀ ମାସରେ ରାଜସ୍ଥାନରେ ହୋଇଥିବା ସର୍ବଭାରତୀୟ ରାଜ୍ୟ ଜଳ ସମ୍ପଦ ମନ୍ତ୍ରୀମାନଙ୍କ ସମ୍ମିଳନୀ ଅବସରରେ ଏବଂ ମାର୍ଚ୍ଚ ମାସରେ ଭୁବନେଶ୍ୱରରେ ହୋଇଥିବା ବିଶ୍ୱ ଜଳ ଦିବସ ଅବସରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମଧ୍ୟରେ ଏ ବିଷୟରେ ଆଲୋଚନା ହୋଇଥିଲା। ଉଭୟ ମୁଖ୍ୟମନ୍ତ୍ରୀ ଏହାର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହା ସହିତ ଦୁଇ ରାଜ୍ୟର ଉଚ୍ଚସ୍ତରୀୟ ପଦାଧିକାରୀମାନଙ୍କ ମଧ୍ୟରେ ଏ ସମ୍ପର୍କରେ ଆଲୋଚନା ଜାରି ରହିଛି ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ  ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ଓ ଇଞ୍ଜିନିୟରମାନେ ଉପସ୍ଥିତ ଥିଲେ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories