www.samajalive.in
Sunday, December 7, 2025
23.1 C
Bhubaneswar

ମହାନଦୀ ଜଳ ବିବାଦ ହେବ ସମାଧାନ, ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ

ଭୁବନେଶ୍ୱର : ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଏହି ବିବାଦର ଆପୋଷ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଥିଲେ। ଦୁଇ ରାଜ୍ୟ ପରସ୍ପରର ପଡ଼ୋଶୀ ରାଜ୍ୟ ଏବଂ ଉଭୟ ରାଜ୍ୟ ମଧ୍ୟରେ ଭାଷା ଓ ଭାବଗତ ସାମଞ୍ଜସ୍ୟ ମଧ୍ୟ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ଉଭୟ ରାଜ୍ୟର ଜନସାଧାରଣଙ୍କ ହିତ ଦୃଷ୍ଟିରୁ ଏହାର ତୁରନ୍ତ ସମାଧାନ ହେବା ଆବଶ୍ୟକ।
ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ସାଏ ଏହା ଉପରେ ସକାରାତ୍ମକ ମତାମତ ପ୍ରକାଶ କରି କହିଥିଲେ ଯେ, ସେ ସଦାସର୍ବଦା ଆପୋଷ ସମାଧାନ ସପକ୍ଷରେ ଅଛନ୍ତି। ଆଲୋଚନା ଜରିଆରେ ଏହି ସମସ୍ୟାର ଉପଯୁକ୍ତ ସମାଧାନ ହୋଇପାରିବ ବୋଲି ସେ ମତ ଦେଇଥିଲେ।  ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବିଷୟ ଉପରେ ଗୁରୁତ୍ୱ ଦେଇ ଏହାର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ରାସ୍ତା ବାହାର କରିବାକୁ ଏକମତ ହୋଇଛନ୍ତି।

Hot this week

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

Related Articles

Popular Categories