www.samajalive.in
Wednesday, December 10, 2025
26.1 C
Bhubaneswar

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ ଜୟନାରାୟଣ ମିଶ୍ର ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି ଟ୍ରିବ୍ୟୁନାଲ ଯିବା ଭୁଲ ନିଷ୍ପତ୍ତି ଥିଲା, ରାଜନୈତିକ ସମାଧାନ ଆବଶ୍ୟକ । ନୀତିନ ଗଡକରୀ ସମାଧାନ ପାଇଁ ଡାକିଥିଲେ, ସମାଧାନ କଲେନି । ସେତେବେଳେ ରାଜନୈତିକ ସମାଧାନ ନକରି କାହିଁକି ଟ୍ରିବ୍ୟୁନାଲ ଗଲେ ଜାଣିନି । ଟ୍ରିବ୍ୟୁନାଲକୁ ଯିବା ଦ୍ୱାରା ବିବାଦର ସମାଧାନର ପ୍ରକ୍ରିୟା ବିଳମ୍ବ ହୋଇଛି । ମୁଖ୍ୟମନ୍ତ୍ରୀ ଯେଉଁ କମିଟି ଗଠନ କରିଛନ୍ତି ତାହା ସ୍ୱାଗତ ଯୋଗ୍ୟ । ଜୟନାରାୟଣ କହିଛନ୍ତି ଆମେ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିବୁ ସମାଧାନ ପାଇଁ । ଛତିଶଗଡ ଯେମିତି ବ୍ୟାରେଜ କରିଲା, ଓଡ଼ିଶା ସରକାର ସେମିତି କରିବାର ଥିଲା । ହୀରାକୁଦ ବନ୍ଧର ତଳମୁଣ୍ଡରେ ଆହୁରି ବ୍ୟାରେଜ ନିର୍ମାଣ କରିବା କଥା । ରାଜନୈତିକ ସମାଧାନ ହୋଇଗଲେ ମହାନଦୀ ଜଳ ବିବାଦ ତୁଟିବ ।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

ଓଡ଼ିଶାରୁ ଚଣ୍ଡିଗଡ ଗଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳି

ଭୁବନେଶ୍ୱର: ବାରବାଟୀରେ ମ୍ୟାଚ ଜିତିବା ପରେ ଚଣ୍ଡିଗଡ ଅଭିମୁଖେ ଗଲେ ଭାରତ...

Related Articles

Popular Categories