www.samajalive.in
Saturday, December 13, 2025
21.1 C
Bhubaneswar

ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କୁ ମାଗଣା ମହାପ୍ରସାଦ

ସମାଜ ଡିଜିଟାଲ ଡେସ୍କ: ପୁରୀ ଶ୍ରୀମନ୍ଦିରକୁ ପ୍ରତିଦିନ ହଜାର ହଜାର ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥାଏ। ଅନେକ ଶ୍ରଦ୍ଧାଳୁ ଅର୍ଥାଭାବ ହେଉ କି ଅନ୍ୟ କୌଣସି କାରଣରୁ ମହାପ୍ରସାଦ ପାଇବାରୁ ବଞ୍ଚିତ ହୋଇଥାଆନ୍ତି। ହେଲେ ଆଗାମୀ ଦିନରେ କୌଣସି ଶ୍ରଦ୍ଧାଳୁ ମହାପ୍ରସାଦ ପାଇବାରୁ ବଞ୍ଚିତ ହେବେ ନାହିଁ। ଏଥିପାଇଁ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ଆସୁଥିବା ସମସ୍ତ ଶ୍ରଦ୍ଧାଳୁଙ୍କୁ ମହାପ୍ରସାଦ କୁଡ଼ୁଆ ମାଗଣାରେ ଯୋଗାଇଦେବାକୁ ଯୋଜନା କରିଛନ୍ତି ସରକାର।

ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ କୁଡ଼ୁଆ ଦିଆଯିବ। ଏଥିପାଇଁ ବାର୍ଷିକ ୧୪ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ତେବେ ଏହି ଖର୍ଚ୍ଚ ଭାର ରାଜ୍ୟ ସରକାରଙ୍କ ଉପରେ ଯେପରି ନ ପଡ଼ିବ ସେଥିପ୍ରତି ବ୍ୟବସ୍ଥା ହେବ। ଏ ଦିଗରେ ବଦାନ୍ୟ ବ୍ୟକ୍ତିମାନଙ୍କ ସହାୟତା ନିଆଯିବ। ସେମାନଙ୍କ ସହଯୋଗରେ ଶ୍ରଦ୍ଧାଳୁଙ୍କୁ ମହାପ୍ରସାଦ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories