www.samajalive.in
Sunday, December 7, 2025
26.1 C
Bhubaneswar

ଲତାଙ୍କୁ ଶ୍ରଦ୍ଧାଞ୍ଜଳି: ମହାରାଷ୍ଟ୍ରରେ ଗୋଟିଏ ଦିନ ଓ ପଶ୍ଚିମବଙ୍ଗରେ ଅଧା ଦିନ ଛୁଟି ଘୋଷଣା

ନୂଆଦିଲ୍ଲୀ: ଭାରତରତ୍ନ ଲତା ମଙ୍ଗେସକରଙ୍କ ବିୟୋଗରେ ସାରା ଦେଶରେ ଆଜି ଶୋକର ଛାୟା ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ମହାରାଷ୍ଟ୍ରରେ ଗୋଟିଏ ଦିନ ସାର୍ବଜନୀନ ଛୁଟି ଘୋଷଣା କରାଯାଇଛି। ଅପରପକ୍ଷେ ସୁର ସାମ୍ରାଜ୍ଞୀଙ୍କୁ ଶ୍ରଦ୍ଧାଞ୍ଜଳି ପୂର୍ବକ ପଶ୍ଚିମବଙ୍ଗ ସରକାର ମମତା ବାନାର୍ଜୀ ଅଧା ଦିନ ଛୁଟି ଘୋଷଣା କରିଛନ୍ତି। ସୋମବାର ମହାରାଷ୍ଟ୍ରରେ ପୁରାଦିନ ଓ ପଶ୍ଚିମବଙ୍ଗରେ ଅଧାଦିନ ଛୁଟି ପାଳନ ହେବ।

ସୂଚନାଯୋଗ୍ୟ, ରବିବାର ସକାଳେ ଲତା ମଙ୍ଗେସକରଙ୍କ ପରଲୋକ ଘଟିଛି । ବାର୍ଦ୍ଧକ୍ୟଜନିତ ରୋଗ କାରଣରୁ ୯୨ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଲତା ମଙ୍ଗେସକରଙ୍କ ମୃତ୍ୟୁକୁ ନେଇ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ମଧ୍ୟ ଘୋଷଣା କରାଯାଇଛି। ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଏଥିପାଇଁ ଜାତୀୟ ପତାକା ୨ ଦିନ ପାଇଁ ଅର୍ଦ୍ଧନମିତ ରହିବ। କୋକିଳକଣ୍ଠୀଙ୍କ ବିୟୋଗରେ ନେତା, ରାଜନେତା, ଅଭିନେତାଙ୍କ ସମେତ ଦେଶ ବିଦେଶରୁ ଅନେକ ବ୍ୟକ୍ତି ବିଶେଷ ଶୋକ ପ୍ରକାଶ କରିଛନ୍ତି।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories