www.samajalive.in
Tuesday, December 9, 2025
16.1 C
Bhubaneswar

ପୁଣେରେ ପ୍ରବଳ ବର୍ଷା ଯୋଗୁଁ ୭ ଜଣଙ୍କ ମୃତ୍ୟୁ, ସ୍କୁଲ-କଲେଜ ବନ୍ଦ ଘୋଷଣା

ପୁଣେ : ମହାରାଷ୍ଟ୍ରର ପୁଣେରେ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଇଛି । ପ୍ରବଳବର୍ଷାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ଘୋଷଣା କରାଯାଇଛି । ପ୍ରବଳବର୍ଷା ଓ ବନ୍ୟା ଯୋଗୁଁ ୭ଜଣ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏନଡିଆରଏଫ୍‌ର ୩ଟି ଟିମକୁ ନୟୋଜିତ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ସୂଚନାଯୋଗ୍ୟ, ପ୍ରବଳବର୍ଷା ଯୋଗୁଁ ପୁଣେର ସହକାର ଅଞ୍ଚଳରେ ବୁଧବାର ରାତିରେ ଏକ କାନ୍ଥ ଭୁଶୁଡି ପଡିଥିଲା। ଫଳରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫୦ ଘର କ୍ଷତିଗ୍ରସ୍ତ ହୋଇଥିଲା ।

Hot this week

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

Related Articles

Popular Categories