www.samajalive.in
Saturday, December 6, 2025
23.1 C
Bhubaneswar

ଅକ୍ଟୋବର ୨୧ରେ ମହାରାଷ୍ଟ୍ର, ହରିୟାଣାରେ ବିଧାନସଭା ନିର୍ବାଚନ, ୨୪ରେ ଭୋଟ ଗଣତି

ନୂଆଦିଲ୍ଲୀ: ଆସନ୍ତା ଅକ୍ଟୋବର ୨୧ ତାରିଖରେ ମହାରାଷ୍ଟ୍ର ଏବଂ ହରିୟାଣାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଗୋଟିଏ ପର୍ଯ୍ୟାୟରେ ଉଭୟ ରାଜ୍ୟରେ ଭୋଟ ଗ୍ରହଣ ହେବ। ପରେ ସେହିମାସ ୨୪ ତାରିଖରେ ଉଭୟ ରାଜ୍ୟର ଭୋଟ ଗଣତି କରାଯିବ। ଶନିବାର ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ଏ ସମ୍ପର୍କରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ମହାରାଷ୍ଟ୍ରର ୨୮୮ ଏବଂ ହରିୟାଣାର ୯୦ ଆସନରେ ମତଦାନ ଅନୁଷ୍ଠିତ ହେବ। ଆସନ୍ତା ୨୭ ତାରିଖରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯିବ। ସେହିଦିନଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ଅକ୍ଟୋବର ୪କୁ ଧାର୍ଯ୍ୟ କରାଯାଇଛି। ଅକ୍ଟୋବର ୫ରେ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ୭ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ସୂଚନାଯୋଗ୍ୟ, ନଭେମ୍ବର ୨ରେ ହରିୟାଣା ଏବଂ ନଭେମ୍ବର ୯ରେ ମହାରାଷ୍ଟ୍ର ବିଧାନସଭାର କାର୍ଯ୍ୟକାଳ ଶେଷ ହେଉଛି। ଅନ୍ୟପଟେ ନିର୍ବାଚନ ତାରିଖ ଘୋଷଣା ହେବା ମାତ୍ରେ ଆଜିଠାରୁ ଉଭୟ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଫଳରେ ରାଜ୍ୟ ସରକାର କୌଣସି ନୂଆ ଯୋଜନା ଘୋଷଣା କରିପାରିବେ ନାହିଁ କିମ୍ବା ଲାଗୁ କରିପାରିବେ ନାହିଁ।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories