www.samajalive.in
Monday, December 15, 2025
14.1 C
Bhubaneswar

ମହାରାଷ୍ଟ୍ର ବିସ୍ଫୋରଣ – ୮ ମୃତ, ୬୦ ଆହତ

ଡେସ୍କ: ମହାରାଷ୍ଟ୍ରର ଥାନେ ଜିଲ୍ଲାର ଡୋମ୍ବିଭଲି ଏମଆଇଡିସି ଅଞ୍ଚଳରେ ଆଜି ଅପରାହ୍ନରେ ହୋଇଥିବା ବିସ୍ଫୋରଣରେ ୨ ମହିଳାଙ୍କ ସମେତ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ ଜଣ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଡୋମ୍ବିଭଲି ବିସ୍ଫୋରଣରେ ପୀଡିତଙ୍କ ପାଇଁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏଥିସହ ଆହତଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ଏବଂ ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯିବ ବୋଲି ସେ କହିଛନ୍ତି।

ମେ’ ୨୫ରେ ରାଜ୍ୟରେ ନିର୍ବାଚନ – ଜାଣନ୍ତୁ କେଉଁଠି ଓ କେତେବେଳେ

- Advertisement -

ଥାନେ ଜିଲ୍ଲାର ଡୋମ୍ବିଭଲି ଏମଆଇଡିସି ପରିସରରେ ଥିବା ଓମେଗା କେମିକାଲ କମ୍ପାନୀରେ ଆଜି ଅପରାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟି ଏକ ବଡ଼ ଧରଣର ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣର ତୀବ୍ରତା ଏତେ ଥିଲା ଯେ ଦେଢ଼ କିଲୋମିଟର ଯାଏଁ ଏହାର ଶବ୍ଦ ଶୁଣିବାକୁ ମିଳିଥିଲା।

ସଂପୂର୍ଣ୍ଣ ସୁରକ୍ଷିତ ପରିବେଶ ମଧ୍ୟରେ ହେବ ତୃତୀୟ ପର୍ଯ୍ୟାୟ ମତଦାନ – ମୁଖ୍ୟ ନିର୍ବାଚନ ଅଧିକାରୀ

ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ସିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ବର୍ତ୍ତମାନ ଉଦ୍ଧାର ଓ ରିଲିଫ କାର୍ଯ୍ୟ ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଉଦ୍ଧାର କାର୍ଯ୍ୟ ଶେଷ ହେବା ପରେ ଦୁର୍ଘଟଣା ପାଇଁ ଦାୟୀ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।

ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ମୃତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବନ୍ଧୁକ ଜବତ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories