www.samajalive.in
Sunday, December 14, 2025
26.1 C
Bhubaneswar

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୧୨ ମୃତ

ମୁମ୍ବଇ : ମହାରାଷ୍ଟ୍ରର ରାଏଗଡରେ ଶନିବାର ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଛି। ରାସ୍ତାରେ ଯାଉଥିବା ଏକ ବସ୍‌‌ ହଠାତ୍‌‌ ଖାତ ମଧ୍ୟକୁ ଖସି ଯିବାରୁ ଏହି ଦୁର୍ଘଟଣାରେ ୧୨ ଜଣଙ୍କ ଜୀବନ ଚାଲି ଯାଇଛି। ଏହାସହ ୨୫ ରୁ ଅଧିକ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ଠିକ୍‌‌ ପରେ ସ୍ଥାନୀୟ ଲୋକେ ବସରେ ଥିବା ଅନ୍ୟ ଲୋକଙ୍କୁ ଉଦ୍ଧାର କରିବା ଆରମ୍ଭ କରିଥିଲେ।
ପୁଲିସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଏକ ଘରୋଇ ବସ ପୁଣେ ରୁ ମୁମ୍ବଇ ଅଭିମୁଖେ ଯାଉଥିଲା। ମୁମ୍ବଇ-ପୁଣେ ହାଇୱେରେ ଏକ ମନ୍ଦିର ନିକଟରେ ଏହି ବସ୍‌‌ଟି ଅନିୟନ୍ତ୍ରିତ ହୋଇ ରାସ୍ତାରୁ ତଳକୁ ଖସି ଖାତକୁ ଖସି ପଡିଥିଲା। ବସରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ। ଖବର ପାଇବା ମାତ୍ରେ ପୁଲିସ, ଉଦ୍ଧାରକାରୀ ଦଳ ଓ ସ୍ଥାନୀୟ ଲୋକେ ସମସ୍ତ ମୃତାହତଙ୍କୁ ଉଦ୍ଧାର କରି ହସ୍ପିଟାଲ ନେଇଥିଲେ। ଆହତଙ୍କ ଚିକିତ୍ସା କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି।

 

- Advertisement -

 

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories