www.samajalive.in
Wednesday, November 12, 2025
28.1 C
Bhubaneswar

ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଲାଲ୍‍ ବାହାଦୂର ଶସ୍ତ୍ରୀଙ୍କ ଜୟନ୍ତୀ

ସମାଜ ଡିଜିଟାଲ ଡେସ୍କ: ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଭାରତର ଦ୍ୱିତୀୟ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ । ୧୮୬୯ ମସିହା ଅକ୍ଟୋବର ୨ରେ ଗୁଜୁରାଟରେ ଜନ୍ମଗ୍ରହଣ କରିଥିଲେ ଅହିଂସାର ପ୍ରତୀକ ମୋହନ ଦାସ କରମଚାନ୍ଦ ଗାନ୍ଧୀ । ଅହିଂସା ପଥ ଅନୁକରଣ କରି ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ୍‍ ପୁରୁଷଙ୍କ ଜୟନ୍ତୀ ପାଇଁ ସବୁଠି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଭାରତୀୟ ରାଜନୀତିରେ ମହାତ୍ମାଗାନ୍ଧୀଙ୍କ ପ୍ରବେଶ ଭାରତର ମୁକ୍ତି ସଂଗ୍ରାମକୁ ଏକ ନୂଆ ମୋଡ ଦେଇଥିଲା । ଏହି ସଂଗ୍ରାମ ସମୟରେ ସେ ସତ୍ୟ ଓ ଅହିଂସା ଉପରେ ଆଧାରିତ ନୂତନ ଅସ୍ତ୍ର ସତ୍ୟାଗ୍ରହର ପଥ ଆପଣାଇଥିଲେ ।

ସେପଟେ ଆଜି ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ୍‍ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ୧୯୦୪ ମସିହାରେ ଆଜିର ଦିନରେ ସେ ଜନ୍ମଗ୍ରହଣ କରିଥିଲେ । ପିଲାଟଇ ଦିନରୁ ସେ ଶାନ୍ତ ଓ ସରଳ ସ୍ୱଭାବର ଥିଲେ । ମହାତ୍ମା ଗାନ୍ଧୀଙ୍କ ଡାକରାରେ ସେ ସ୍ୱାଧୀନତା ଆନ୍ଦୋଳନରେ ସାମିଲ ହୋଇଥିଲେ । ଦେଶ ସ୍ୱାଧୀନ ହେବା ପରେ ଜବାହାରଲାଲ ନେହୁରଙ୍କ ମନ୍ତ୍ରିମଣ୍ଡଳରେ ରେଳମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ପରେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇଥିଲେ । ଶାସ୍ତ୍ରୀଜୀ ପ୍ରଧାନମନ୍ତ୍ରୀ ଥିବା ବେଳେ ପାକିସ୍ତାନ ସହ ଯୁଦ୍ଧ ଲଢି ନିଜର ପରାକ୍ରମ ଦେଖାଇ ପାରିଥିଲା ଭାରତ । ତାଙ୍କର ସ୍ଲୋଗାନ ‘ଜୟ ଯବାନ ଏବଂ ଜୟ କିଶାନ’ ଦେଶ ପାଇଁ ଅମର ହୋଇ ରହିଛି ।

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ, ବିରୋଧୀ ନେତା ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହିତ ଦିଲ୍ଲୀର ରାଜଘାଟ ଏବଂ ବିଜୟ ଘାଟରେ ଉଭୟ ମହାନ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Hot this week

ଏକ୍‌ଜିଟ୍‌ ପୋଲ୍‌କୁ ଖାରଜ କରିଛନ୍ତି ତେଜସ୍ୱୀ ଯାଦବ

ସମାଜ ଲାଇଭ୍ ଡେସ୍କ : ବିହାରରରେ ସମସ୍ତ ପର୍ଯ୍ୟାୟ ମତଦାନ ଶେଷ...

ନୂଆପଡ଼ା ଉପନିର୍ବାଚନରେ ଐତିହାସିକ ୮୩.୪୫% ମତଦାନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ...

ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା...ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ...

ଦିଲ୍ଲୀ ବିସ୍ଫୋରଣ : ଜାନୁଆରୀ ୨୬ରେ ହୋଇଥିଲା ଯୋଜନା

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା...

Related Articles

Popular Categories