www.samajalive.in
Monday, November 17, 2025
17.1 C
Bhubaneswar

କଂଗ୍ରେସରେ ଯୋଗ ଦେଲେ ବିଜେଡି ନେତା ମହେଶ ନିଆଲ

ଭୁବନେଶ୍ୱର: ନୂଆପଡା ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ଶ୍ରୀ ମହେଶ ନିଆଲ ଆଜି କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି । କଂଗ୍ରେସ ଦଳର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଦଳରେ ବିଧିବଦ୍ଧ ଭାବରେ ସାମିଲ ହୋଇଛନ୍ତି । ନିଆଲଙ୍କୁ ଦଳୀୟ ଉତ୍ତରୀୟ ଏବଂ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇବା ସହ କଂଗ୍ରେସ ଦଳକୁ ସ୍ୱାଗତ କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ତାଙ୍କର ଯୋଗଦାନ ନୂଆପଡା ଜିଲାରେ ଦଳକୁ ତୃଣମୂଳସ୍ତରରୁ ଆହୁରି ସୁଦୃଢ କରିବା ସହ ଆଗାମୀ ଉପନିର୍ବାଚନରେ ଶ୍ରୀନିଆଲ ଦଳ ପାଇଁ ବେଶ ସହାୟକ ହେବ ବୋଲି ପିସିସି ସଭାପତି କହିଛନ୍ତି ।

Hot this week

୩ କି.ମି ପାହାଡ଼ ଚଢ଼ି ଦୁଃଖ ବୁଝିଲେ ବିଡିଓ

ନନ୍ଦାହାଣ୍ଡି: ଦୁର୍ଗମ ଅଞ୍ଚଳବାସିନ୍ଦା ସରକାରୀ ସୁବିଧାସୁଯୋଗରୁ ଯେପରି ବଞ୍ଚିତ ନହୁଅନ୍ତି ତାହାକୁ...

ଅସରନ୍ତି ଦୁଃଖର ଅନ୍ଧାରି ଉପତ୍ୟକା ତେଣ୍ଡା

କପ୍ତିପଦା: ଆକାଶର ଆଉଟା କିରଣ ପଡ଼ିଲେ ତରତର ହୁଏ ତେଣ୍ଡା। ଅନ୍ଧାରର...

ଖସୁଛି ପାରଦ, ବଢ଼ୁଛି ଜାଡ଼

ଭୁବନେଶ୍ବର/ଘୁ. ଉଦୟଗିରି: ସାରା ରାଜ୍ୟରେ ସଞ୍ଜ ନଇଁବା ମାତ୍ରେ ମାଡ଼ି ଆସୁଛି...

ରୋହିଣୀଙ୍କୁ ଚପଲ ଫିଙ୍ଗିଲେ ତେଜସ୍ବୀ

ପାଟନା: ବିହାର ନିର୍ବାଚନରେ ଲାଲୁପ୍ରସାଦ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)ର...

ଆଗକୁ ରାଜ୍ୟସଭା ନିର୍ବାଚନ: ମୋହନଙ୍କ ପାଇଁ ଆହ୍ବାନ

ଭୁବନେଶ୍ବର: ଡବଲ ଇଞ୍ଜିନ ସରକାରଙ୍କ ୧୭ ମାସର ଶାସନ ପରେ ବିଜେପି...

Related Articles

Popular Categories