www.samajalive.in
Monday, December 8, 2025
27.1 C
Bhubaneswar

ଭରତପୁର ଥାନାରେ ମହିଳା କମିଶନ ଅଧ୍ୟକ୍ଷା; ତଦନ୍ତ କରାଯାଇ ଦୋଷୀଙ୍କୁ ଦଣ୍ଡ ମିଳୁ

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ପହଞ୍ଚିଛନ୍ତି ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରା। ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ନିଜ ଆଡୁ ମାମଲା ରୁଜୁ କରି ଥାନାରେ ପହଞ୍ଚିଛନ୍ତି ମହିଳା କମିଶନ ଅଧ୍ୟକ୍ଷା। ଘଟଣାକୁ ନିନ୍ଦା କରିବା ସହ ସେଦିନ ଥାନାରେ କଣ ଘଟିଥିଲା ପୁରା ସତ୍ୟ ଜାଣିବାକୁ ଥାନାରେ ପଚରାଉଚରା କରିଛନ୍ତି। ଶୀଘ୍ର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପିଙ୍କୁ ଚିଠି ଲେଖିଥିବା ଅଧ୍ୟକ୍ଷା କହିଛନ୍ତି। ସଠିକ୍‌‌ ଭାବେ ତଦନ୍ତ କରାଯାଇ ଦୋଷୀଙ୍କୁ ଦଣ୍ଡ ମିଳୁ। ପୀଡିତାଙ୍କୁ ନିଶ୍ଚିତ ଭାବେ ନ୍ୟାୟ ମିଳିବ ବୋଲି ସେ କହିଛନ୍ତି।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories