www.samajalive.in
Monday, December 8, 2025
13.1 C
Bhubaneswar

ବିଧାନସଭା ଘେରାଉ ପାଇଁ ମହିଳା କଂଗ୍ରେସର ଉଦ୍ୟମ: ଉଠାଇ ନେଲା ପୁଲିସ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ନାରୀ ନିର୍ଯାତନା ଅହେତୁକ ମାତ୍ରାରେ ବୃଦ୍ଧି ପାଇଛି । ନାରୀ ସୁରକ୍ଷାକୁ ନେଇ କଂଗ୍ରେସ ମହିଳା ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ ବିଧାନସଭା ଘେରାଉ କରିଛନ୍ତି  ରାଜ୍ୟ ମହିଳା କଂଗ୍ରେସର କର୍ମକର୍ତ୍ତା । ଲୋୟର ପିଏମଜିରେ ଶହ ଶହ ମହିଳା କଂଗ୍ରେସ ସଭାନେତ୍ରୀମାନେ ଏକାଠି ହୋଇ ବିଧାନସଭା ଘେରାଉ କରିବାକୁ ଅଗ୍ରସର ହେଉଥିବା ବେଳେ ପୁଲିସ ସେମାନଙ୍କୁ ଉଠାଇ ନେଇଛି ।
ବିଧାନସଭାରେ କଂଗ୍ରେସ ବିଧାୟକମାନେ ସମାନ ପ୍ରସଙ୍ଗ ଉଠାଇ ଗୃହକୁ ହୁଲୁସ୍ତୁଲ କରୁଥିବା ବେଳେ ବାହାରେ ମହିଳା କଂଗ୍ରେସ ସଦସ୍ୟ ମାନେ ବିଧାନସଭା ଘେରାଉ କରିବାକୁ ଉଦ୍ୟମ କରିଥିଲେ । ଅଭିନବ ଉପାୟରେ ପ୍ରତିବାଦ କରିବା ସହ ଫୁଲକୋବି ମାଡ କରିଛନ୍ତି । ବିଧାନସଭା ସମ୍ମୁଖରେ ମହିଳା କଂଗ୍ରେସ କର୍ମକର୍ତ୍ତା ଆନ୍ଦୋଳନ କରିବା ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡାଙ୍କ ଇସ୍ତଫା ଦାବି କରିଛନ୍ତି ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories