www.samajalive.in
Friday, December 12, 2025
26.1 C
Bhubaneswar

ମହିମା ମିଶ୍ରଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର : ବହୁଚର୍ଚ୍ଚିତ ସିୱେଜ ସିପିଙ୍ଗ୍‌ ଆଣ୍ଡ ଲଜିଷ୍ଟିକ ପ୍ରାଇଭେଟ ଲିମିଟେଡ ପାରାଦ୍ୱିପ ଶାଖାର ପରିଚାଳକ ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ଗିରଫ ହୋଇଥିବା ଶିଳ୍ପପତି ମହିମା ମିଶ୍ରଙ୍କୁ ଗୁରୁବାର ହାଇକୋର୍ଟ ଜାମିନ୍‌ ପ୍ରଦାନ କରିଛନ୍ତି। ଏହା ପୂର୍ବରୁ ଅନ୍ୟ ଦୁଇଟି ମାମଲାରେ ମହିମାଙ୍କୁ ଦୁଇଥର ଜାମିନ୍‌ ମିଳି ସାରିଛି। ତେବେ ଏହି ହତ୍ୟା ମାମଲାରେ ପୂର୍ବରୁ ହାଇକୋର୍ଟ ଜାମିନ୍‌ ପ୍ରଦାନ କରିଥିଲେ ମାତ୍ର ହାଇକୋର୍ଟଙ୍କ ଜାମିନ୍‌କୁ ସୁପ୍ରିମକୋର୍ଟ ଖାରଜ କରି ଦେଇଥିଲେ। ଖାରଜ ପରେ ପୁଣି ଜାମିନ୍‌ ପାଇଁ ମହିମା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।
ପ୍ରକାଶ ଯୋଗ୍ୟ, ବ୍ୟାବସାୟିକ ଶତ୍ରୁତା କାରଣରୁ ସିୱେଜ ସିପିଙ୍ଗ୍‌ ଆଣ୍ଡ ଲଜିଷ୍ଟିକ ପ୍ରାଇଭେଟ ଲିମିଟେଡ ପାରାଦ୍ୱିପ ଶାଖାର ପରିଚାଳକ ମହେନ୍ଦ୍ର ସ୍ୱାଇଁଙ୍କୁ ୨୬ ଅକ୍ଟୋାବର ୨୦୧୬ରେ ତାଙ୍କ କାର୍ୟ୍ୟାଳୟକୁ ଯିବାବେଳେ ବୋମା ଫିଙ୍ଗି ହତ୍ୟା କରାଯାଇଥିଲା। ମହିମା ମିଶ୍ରଙ୍କ ଇଙ୍ଗିତରେ ମହେନ୍ଦ୍ରଙ୍କୁ ହତ୍ୟା କରାଯାଇଛି ବୋଲି ପୁଲିସରେ ପରିବାର ଲୋକ ଅଭିଯୋଗ କରିଥିଲେ। ତଦନ୍ତ ବେଳେ ମୁଖ୍ୟ ଅଭିଯୁକ୍ତ ମହିମା ମିଶ୍ର ଚେନ୍ନାଇ, ଦିଲ୍ଲୀ, ନେପାଳ ବାଟ ଦେଇ ଥାଇଲାଣ୍ଡରେ ଯାଇ ଲୁଚିଥିଲେ। ପୁଲିସ ପକ୍ଷରୁ ଲୁକଆଉଟ ନୋଟିସ ଜାରି କରାଯିବା ପରେ ମହିମାଙ୍କୁ ବ୍ୟାଙ୍କକ୍‌ରୁ ଗିରଫ କରାଯାଇ ଓଡ଼ିଶା ଅଣାଯାଇଥିଲା। ମୃତ୍ୟୁ ପୂର୍ବରୁ ତାଙ୍କ ଜୀବନ ପ୍ରତି ବିପଦ ରହିଛି ବୋଲି ପାରାଦ୍ୱୀପ ପୁଲିସକୁ ମହେନ୍ଦ୍ର ସ୍ୱାଇଁ ଜଣାଇଥିବା ନେଇ ମୃତ ମହେନ୍ଦ୍ରଙ୍କ ପରିବାର ତରଫରୁ ସୁପ୍ରିମକୋର୍ଟରେ ତଥ୍ୟ ଉପସ୍ଥାପନ କରାଯାଇଥିଲା। ଓଡ଼ିଶା ହାଇକୋର୍ଟଙ୍କ ତରଫରୁ ମହିମାଙ୍କ ଜାମିନକୁ ବିରୋଧ କରି ରାଜ୍ୟ ସରକାରଙ୍କ ଓକିଲ ଶିବଶଙ୍କର ମିଶ୍ର ଦର୍ଶାଇଥିଲେ ଯେ ଗିରଫଦାରୀକୁ ଏଡ଼ାଇବା ପାଇଁ ଅଭିଯୁକ୍ତ ଥାଇଲ୍ୟାଣ୍ଡରେ ଲୁଚିଥିଲେ।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories