www.samajalive.in
Saturday, December 6, 2025
16.1 C
Bhubaneswar

ମହୁଆ ମୈତ୍ରଙ୍କୁ ନୋଟିସ୍‌- ତୁରନ୍ତ ବଙ୍ଗଳା ଖାଲି ନକଲେ ବଳପ୍ରୟୋଗ ହେବ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ରଙ୍କ ସମସ୍ୟା ବଢିବାରେ ଲାଗିଛି। ତାଙ୍କୁ ଏବେ ସରକାରୀ ବଙ୍ଗଳା ଖାଲି କରିବାକୁ ନୋଟିସ୍‌ ଦିଆଯାଇଛି। ନୋଟିସ୍‌ରେ ତୁରନ୍ତ ସରକାରୀ ବଙ୍ଗଳା ଖାଲି କରିବାକୁ ମହୁଆଙ୍କୁ ନିର୍ଦେଶ ଦିଆଯାଇଛି। ଯଦି ସେ ବଙ୍ଗଳା ଖାଲି ନକରନ୍ତି, ତେବେ ବଳପୂର୍ବକ ବଙ୍ଗଳା ଖାଲି କରାଯିବ ବୋଲି କୁହାଯାଇଛି।

ଟଙ୍କା ନେଇ ସଂସଦରେ ପ୍ରଶ୍ନ ପଚାରିବା ମାମଲାରେ ମହୁଆ ମୈତ୍ରଙ୍କୁ ଲୋକସଭାରୁ ବହିଷ୍କାର କରାଯାଇଥିଲା। ଏହାପରେ ଟେଲିଗ୍ରାଫ୍ ଲେନ୍‌ସ୍ଥିତ ସରକାରୀ ବଙ୍ଗଳା ଖାଲି କରିବାକୁ ତାଙ୍କୁ ଅନେକ ନୋଟିସ୍ ପଠାଯାଇଛି, କିନ୍ତୁ ସେ ବଙ୍ଗଳା ଖାଲି କରୁନାହାଁନ୍ତି। ଇତି ମଧ୍ୟରେ ଇଷ୍ଟେଟ୍ ନିର୍ଦ୍ଦେଶାଳୟ ପକ୍ଷରୁ ତାଙ୍କୁ ତୁରନ୍ତ ବଙ୍ଗଳା ଖାଲି କରିବାକୁ ନୋଟିସ୍‌ ଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ, ଲାଞ୍ଚ ନେଇ ପ୍ରଶ୍ନ ପଚାରିବା ମାମଲାରେ ଡିସେମ୍ବର ୮, ୨୦୨୩ରେ ମହୁଆଙ୍କୁ ଲୋକସଭାରୁ ବହିଷ୍କାର କରାଯାଇଥିଲା। ଏହାପରେ ସାଂସଦ ଭାବେ ତାଙ୍କ ବଙ୍ଗଳା ଆବଣ୍ଟନ ବାତିଲ କରାଯାଇଥିଲା। ଜାନୁଆରୀ ୭ ତାରିଖ ସୁଦ୍ଧା ତାଙ୍କୁ ବଙ୍ଗଳା ଖାଲି କରିବାକୁ କୁହାଯାଇଥିଲା।

Hot this week

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

Related Articles

Popular Categories