www.samajalive.in
Thursday, December 11, 2025
14.1 C
Bhubaneswar

ମକର ସଂକ୍ରାନ୍ତିରେ ବାବା ଆଖଣ୍ଡଳମଣିଙ୍କୁ ଲାଗିହେଲା ନୂଆ ମକର ଚାଉଳ ଓ ପୋଡପିଠା

ଆରଡି: ମଙ୍ଗଳବାର ପବିତ୍ର ମକର ସଂକ୍ରାନ୍ତି ପାଇଁ ଉତ୍ସବ ମୁଖର ହୋଇ ଉଠିଥିଲା ଆରଡିପୀଠର ବାବା ଆଖଣ୍ଡଳମଣିଙ୍କ ମନ୍ଦିର । ମନ୍ଦିରର ପରମ୍ପରା ଅନୁଯାୟୀ ମଣିବାବାଙ୍କୁ ଲାଗି ହୋଇଥିଲା ନୂଆ ଚାଉଳ ଓ ଆଖୁ ଛେନା ପଣାରେ ପ୍ରସ୍ତୁତ ମକରଚାଉଳ ଓ ପୋଡପିଠା ଭୋଗ। ମଣିବାବାଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନଙ୍କର ଭିଡକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ଓ ପୁଲିସ ପକ୍ଷରୁ ବ୍ଯାପକ ବ୍ଯବସ୍ଥା କରାଯାଇଥିଲା ପୀଠରେ।

ଭକ୍ତମାନଙ୍କର ଶୃଙ୍ଖଳିତ ଦର୍ଶନ ନିମନ୍ତେ ମନ୍ଦିର ଭିତରେ ଓ ବାହାରେ ସ୍ବତନ୍ତ୍ର ବ୍ଯାରିକେଡ ବ୍ଯବସ୍ଥା କରାଯାଇଥିଲା। ଭୋର ୪ଟାରେ ମନ୍ଦିର ଦ୍ବାରଫିଟା ଯିବା ପରେ ମଙ୍ଗଳ ଆଳତୀ ସହ ରୀତିନୀତି ଅନୁଯାୟୀ ମଣିବାବାଙ୍କୁ ଜଳାଭିଷେକ ଓ ଘର୍ଷଣ ଲାଗିକରାଯାଇ ସମସ୍ତ ସେବାୟତଙ୍କ ଦ୍ବାରା ପ୍ରସ୍ତୁତ ନୂଆ ମକର ଚାଉଳ ଓ ପୋଡପିଠା ଭୋଗ ଲାଗି କରାଯାଇଥିଲା। ଅପରାହ୍ଣ ସୁଧା ସମସ୍ତ ନୀତିକାନ୍ତି ସରିବା ପରେ ମଣିବାବାଙ୍କୁ ବଡସିଂହାର ବେଶରେ ସଜ୍ଛିତ କରାଯାଇ ସଂଧ୍ଯା ଆଳତୀ କରାଯାଇଥିଲା।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories