www.samajalive.in
Wednesday, December 10, 2025
18.1 C
Bhubaneswar

ଆଜି ପବିତ୍ର ମକର ସଂକ୍ରାନ୍ତି

ଭୁବନେଶ୍ବର: ଆଜି ପବିତ୍ର ମକର ସଂକ୍ରାନ୍ତି । ସାରା ଦେଶରେ ଏହି ପର୍ବକୁ  ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଦେଶର ଭିନ୍ନ ଭିନ୍ନ ଭାଗରେ ଭିନ୍ନ ଭିନ୍ନ ନାମରେ ଏହି ପର୍ବ ପାଳନ କରାଯାଏ। ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ । ଓଡିଶାରେ ମକର ସଂକ୍ରାନ୍ତି ରୂପେ ପାଳନ କରାଯାଉଥିବା ବେଳେ ଏହି ପର୍ବକୁ ଆନ୍ଧ୍ର ପ୍ରଦେଶ ଓ ତାମିଲନାଡୁରେ ପୋଙ୍ଗଲ, ପଞ୍ଜାବରେ ଲୋହରି, ଆସାମରେ ବିହୁ, ପଶ୍ଚିମବଙ୍ଗରେ ପୌଷ ସଂକ୍ରାନ୍ତି ଏବଂ ଗୁଜରାଟରେ ଉତ୍ତରାୟଣ ଭାବେ ପାଳନ କରାଯାଏ ।

ଶ୍ରୀକ୍ଷେତ୍ର ପୁରୀରେ ଶ୍ରୀଜୀଉମାନଙ୍କୁ ମକର ଚୌରାସୀ ବେଶରେ ସୁସଜିତ କରାଯାଏ ଓ ମକର ଚାଉଳ ଲାଗି କରାଯାଏ। ନୂଆ ଅରୁଆ ଚାଉଳ,ନୂଆ ଗୁଡ, କଦଳୀ,ଛେନା, ଘିଅ ଆଦିରେ ଏହି ମକର ଚାଉଳ ପ୍ରସ୍ତୁତ କରାଯାଏ।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories