www.samajalive.in
Saturday, December 6, 2025
26.1 C
Bhubaneswar

ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ : ୨୮ରେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଜାନୁଆରୀ ୨୮ ଓ ୨୯ ଦୁଇଦିନ ଧରି ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍-୨୦୨୫ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଶୁକ୍ରବାର ଜନତା ମଇଦାନରେ ଏହାର ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରାଜ୍ୟ ପାଇଁ ଏକ ସୁଦୃଢ଼ ଅର୍ଥନୈତିକ ଓ ଶିଳ୍ପ ଭିତ୍ତିଭୂମି ପ୍ରସ୍ତୁତ କରିବାରେ ଏହା ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟଗୁଡ଼ିକ ମଧ୍ୟରେ ଶ୍ରେଷ୍ଠ ୫ଟି ଅର୍ଥନୀତି ମଧ୍ୟରେ ସ୍ଥାନ ପାଇବା ଆମର ଯେଉଁ ଲକ୍ଷ୍ୟ ଅଛି, ତାହା ନିଶ୍ଚୟ ପୂରଣ ହେବ। ଏହାସହିତ ଶ୍ରମିକ, କୃଷକଙ୍କ ପରି ସାଧାରଣ ଲୋକଙ୍କ ପାଇଁ ବିପୁଳ ସୁଯୋଗ ସୃଷ୍ଟି ହେବ। ଏହି ଇନଭେଷ୍ଟର୍ସ ମିଟ୍‌ରେ ୫ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବ ଆସିବା ସମ୍ଭାବନା ରହିଛି। ଏହାଦ୍ୱାରା ୩.୫ ଲକ୍ଷରୁ ଅଧିକ ନିଯୁକ୍ତି ସମ୍ଭାବନା ମଧ୍ୟ ସୃଷ୍ଟି ହେବ। ୧୦୦ ନିବେଶକଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କାର୍ଯ୍ୟକ୍ରମ ରହିଛି। ୨୮ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଉଦ୍‌ଘାଟନ କରିବେ। ଗତ ୭ମାସ ମଧ୍ୟରେ ଓଡ଼ିଶାକୁ ଏହା ତାଙ୍କର ପଞ୍ଚମ ଗସ୍ତ ହେବ। ଓଡ଼ିଶାରେ ପୁଞ୍ଜିନିବେଶ ପ୍ରତି ତାଙ୍କର ସ୍ୱତନ୍ତ୍ର ଧ୍ୟାନ ରହିଛି ଏବଂ ଓଡ଼ିଶା ଏକ ବିପୁଳ ସମ୍ଭାବନାର ରାଜ୍ୟ ଭାବେ ଅଗ୍ରସର ହେଉଛି। ଏହା ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ୍ ଏବଂ ଅଶ୍ୱିନୀ ବୈଷ୍ଣବ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ମେକ୍ ଇନ୍ ଓଡ଼ିଶା ୱେବ୍‌ସାଇଟରେ ୭୫୦୦ରୁ ଅଧିକ ପ୍ରତିନିଧି ପଞ୍ଜୀକରଣ କରିଛନ୍ତି। ଏଥିରେ ୨୦ରୁ ଅଧିକ ଦେଶର ୧୦୦ରୁ ଅଧିକ ଆନ୍ତର୍ଜାତିକ ପ୍ରତିନିଧି ଅଛନ୍ତି। ସିଙ୍ଗାପୁର, ଅଷ୍ଟ୍ରେଲିଆ ଓ ମାଲେସିଆ ପରି ଆମର ସହଯୋଗୀ ଦେଶଗୁଡ଼ିକରୁ ଅଧିକ ପ୍ରତିନିଧି ଆସିବା ସମ୍ଭାବନା ଅଛି। ଏଥିରେ କେତେକ କଣ୍ଟ୍ରି ଅଫ୍‌ ଫୋକସ ସେସନ ଅନୁଷ୍ଠିତ ହେବ। ଯେଉଁଥିରେ ପ୍ରାୟ ୨୦ଟି ଦେଶର ପ୍ରତିନିଧି ଆଲୋଚନା କରିବେ। ଏହାଦ୍ୱାରା ଆନ୍ତର୍ଜାତିକ ଶିଳ୍ପ କ୍ଷେତ୍ରରେ ଓଡ଼ିଶାର ପ୍ରତିଷ୍ଠା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି କନକ୍ଲେଭରେ ‘ମେକ୍ ଇନ୍ ଓଡ଼ିଶା ଏକ୍ସପୋ’ ମଧ୍ୟ ଅନୁଷ୍ଠିତ ହେବ। ପ୍ରାୟ ୧୫୦ ଜଣ ଏକ୍ସିଭିଟର ସେମାନଙ୍କର ପ୍ରଡକ୍ଟ, ସର୍ଭିସ୍, ଓ ଇନୋଭେସନ ଆଦି ପ୍ରଦର୍ଶନ କରିବେ। ୩୦ତାରିଖ ଦିନ ଏହାକୁ ସର୍ବସାଧାରଣଙ୍କ ପାଇଁ ଖୋଲା ରଖାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାସହିତ ଷ୍ଟାର୍ଟ ଅପ୍ ଓଡ଼ିଶା, ସ୍କିଲ୍ଡ ଇନ୍ ଓଡ଼ିଶା ଓ ସୁଭଦ୍ରା ଜରିଆରେ ମହିଳା ଉଦ୍ୟୋଗୀକରଣ ପରି ତିନୋଟି ଥିମାଟିକ୍ ସେସନ ଅନୁଷ୍ଠିତ ହେବ। ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories