www.samajalive.in
Monday, December 8, 2025
16.1 C
Bhubaneswar

ଆଜିଠୁ ‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା’ ସମ୍ମେଳନ

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ଦୁଇଦିନିଆ ‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା’ ସମ୍ମେଳନ ଜନତା ମଇଦାନରେ ଆୟୋଜନ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନ ୧୧ଟାରେ ଏହି କନ୍‌କ୍ଲେଭକୁ ଉଦ୍‌ଘାଟନ କରିବେ। ୨୦ଟି ଦେଶର ପ୍ରତିନିଧି ଓ ୧୨ଟି ରାଷ୍ଟ୍ରର ନିବେଶକଙ୍କ ଉପସ୍ଥିତିରେ ଆରମ୍ଭ ହେଉଥିବା ଏହି ସମ୍ମେଳନରେ ପ୍ରଧାନମନ୍ତ୍ରୀ ମୋଦୀ ପ୍ରାୟ ଦେଢ଼ଘଣ୍ଟା ଧରି ରହିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କନକ୍ଲେଭ ମାଧ୍ୟମରେ ଓଡ଼ିଶାକୁ ଆଉ ୫ ଲକ୍ଷ କୋଟି ଟଙ୍କାର ନିବେଶ ଆସିବ ବୋଲି ଆଶାବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆଜି ଦିନ ୧୦ଟା ୩୫ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସିଧା ଜନତା ମଇଦାନ ଯିବେ। ସେଠାରେ ସାଢ଼େ ୧୨ଟା ପର୍ଯ୍ୟନ୍ତ ରହିବେ। ଦିନ ୧୨ଟା ୫୫ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରୁ ଡେରାଡୁନ୍ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। କେବଳ ଉତ୍କର୍ଷ ଓଡ଼ିଶା ସମ୍ମିଳନୀରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ଓଡ଼ିଶା ଆସୁଛନ୍ତି। ପ୍ରଥମଥର ପାଇଁ ଓଡ଼ିଶାର ଏହି ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ସାମିଲ ହେବେ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି କନକ୍ଲେଭରେ ୧୦୦ରୁ ଅଧିକ ନିବେଶକଙ୍କ ସହ ଏମଓୟୁ ସ୍ୱାକ୍ଷର ଓ ପ୍ରାୟ ୫ଲକ୍ଷ କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି ମିଳିବ ବୋଲି ଆଶାବାଦୀ ଅଛନ୍ତି। ଯାହା ଆମ ରାଜ୍ୟର ଶିଳ୍ପାୟନ କ୍ଷେତ୍ରରେ ନୂଆ ଯୁଗ ହେବ ତଥା ହଜାର ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ମାଧ୍ୟମରେ ୨୦୩୬ ମସିହା ସୁଦ୍ଧା ବିକଶିତ ଓଡ଼ିଶା ଗଠନର ଲକ୍ଷ୍ୟ ହାସଲ ସମ୍ଭବପର ହୋଇପାରିବ ବୋଲି କହିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories