www.samajalive.in
Wednesday, December 10, 2025
14.1 C
Bhubaneswar

‘ଅସାନି’ ମୁକାବିଲା ପାଇଁ ପ୍ରସ୍ତୁତ ମାଲମାନଗିରି ପ୍ରଶାସନ; ପହଞ୍ଚିଲା ଓଡ୍ରାଫ ଟିମ୍‌

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଜି ବାତ୍ୟା ‘ଆସାନି’ ପ୍ରଭାବରେ ସକାଳୁ ପାଗ ମେଘୁଆ ରହିବା ସହ ସ୍ୱଳ୍ପ ପରିମାଣରେ ବର୍ଷା ଆରମ୍ଭ ହୋଇଛି । ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି । ଆଜି ଜିଲ୍ଲାରେ ଓଡ୍ରାଫ ଟିମ ମଧ୍ୟ ଆସି ପହଞ୍ଚିଛନ୍ତି । ତଳି ଅଞ୍ଚଳରେ ବାତ୍ୟା ହେଲେ ଲୋକଙ୍କୁ ଉଦ୍ଧାର ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ସମସ୍ତ ବ୍ଲକରେ ଅଧିକାରୀ ମାନଙ୍କୁ ତତ୍ପର ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ତଳି ଅଞ୍ଚଳରେ ଲୋକଙ୍କୁ ଉଦ୍ଧାର କରିବା ସହ ଖାଦ୍ୟ ପାନୀୟ ଜଳର ବନ୍ଦୋବସ୍ତ କରାଯାଇଛି । ବାତ୍ୟା ପାଇଁ ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି । ଅସୁରକ୍ଷିତ ଘରେ ରହୁଥିବା ଲୋକ, ଗର୍ଭବତୀ ମହିଳା ଏବଂ ଭିନ୍ନକ୍ଷମମାନଙ୍କୁ  ଅସୁରକ୍ଷିତ ସ୍ଥାନରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନିଆଯାଇଛି ।

କଚ୍ଚା ଘରେ ବାସ କରୁଥିବା ଲୋକ ମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରିବା ସହ ସବୁ ବ୍ଲକ  ଅଫିସର ମାନେ ରହି  ତଦାରଖ  କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପ୍ରକଳ୍ପ  ନିର୍ଦ୍ଦେଶକ ବାଳ ମୁକୁନ୍ଦ ଭୂୟାଁଙ୍କୁ ଚିତ୍ରକୋଣ୍ଡା ବ୍ଲକ , ଅତିରିକ୍ତ  ଜିଲ୍ଲାପାଳ ବିରସେନ ପ୍ରଧାନଙ୍କୁ କାଲିମେଳା ବ୍ଲକରେ ରହି ତଦାରଖ  କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସ୍ଥାନରେ ମାଇକରେ ପ୍ରଚାର କରାଯାଇଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories