www.samajalive.in
Friday, December 12, 2025
23.1 C
Bhubaneswar

ନିଜର କର୍ମ ବଳରେ ଅତି ସାଧାରଣ ଜୀବନରୁ ଓଡିଶାର ମୁଖ୍ୟମନ୍ତ୍ରୀ ହୋଇପାରିଥିଲେ ଡଃ.ସଦାଶିବ ତ୍ରିପାଠୀ

ମାଲକାନଗିରି: ଜିଲା ପ୍ରଶାସନ ଏବଂ ଜିଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ  ପୂର୍ବତନ ମୁଖ୍ୟମନ୍ତ୍ରୀ ଡ଼ଃ.ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ପାଳିତ  ହୋଇଯାଇଛି। ଅତିରିକ୍ତ ଜିଲାପାଳ,ରାଜସ୍ୱ, ବେଦବର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ମାଲକାନଗିରି ମହାବିଦ୍ୟାଳୟ ଅଧ୍ୟାପକ ରଞ୍ଜନ ସ୍ୱାଇଁ, ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ସଭାପତି ରବୀନ୍ଦ୍ର ମହାରଣା ଓ ବିଦ୍ୟାଳୟ ପ୍ରଧାନ ଆଚାର୍ଯ୍ୟ ମନରୋଞ୍ଜନ ଦାସ ଡଃ.ସଦାଶିବ ତ୍ରିପାଠୀଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ଅର୍ପଣ କରିଥିଲେ।
ପୂର୍ବତନ ମୁଖ୍ୟମନ୍ତ୍ରୀ ଡ଼ଃ.ସଦାଶିବ ତ୍ରିପାଠୀ ଜଣେ କର୍ମବୀର ଥିଲେ ଓ ନିଜର କର୍ମ ବଳରେ ଅତି ସାଧାରଣ ଜୀବନରୁ ଓଡିଶାର ମୁଖ୍ୟମନ୍ତ୍ରୀ ହୋଇପାରିଥିଲେ। ଏକାଧାରରେ ସେ ଜଣେ ସମାଜ ସଂସ୍କାରକ, ଗାନ୍ଧିବାଦୀ, ସ୍ଵାଧୀନତା ସଂଗ୍ରାମୀ, ରାଜନୀତିଜ୍ଞ ଓ ସରଳ ଅମାୟିକ ପ୍ରଶାସକ ଥିଲେ। ସେ ଓଡିଶା ଭୁସଂସ୍କାର ଆଇନ ପ୍ରଣୟନ ସହ ଶିକ୍ଷାର ବିକାଶରେ ସାମିଲ ହୋଇଥିଲେ। ସ୍ୱାଧୀନତା ସଂଗ୍ରାମର ନେତୃତ୍ୱ ନେଇ ଅବିଭକ୍ତ କୋରାପୁଟ ଅଞ୍ଚଳକୁ ଗୌରବାନ୍ଵିତ କରିଥିଲେ ବୋଲି ଅତିରିକ୍ତ ଜିଲ୍ଲାପାଳ ମତପ୍ରକାଶ କରିଥିଲେ।
ଅନ୍ୟ ଅତିଥିମାନେ ମଧ୍ୟ ଡ଼ଃ ସଦାଶିବ ତ୍ରିପାଠୀଙ୍କ ସ୍ମୃତିଚାରଣ କରି ତାଙ୍କ ଜୀବନୀ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ।  ରବୀନ୍ଦ୍ର ମହାରଣା ଏହି କାର୍ଯ୍ୟକ୍ରମରେ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ବିଦ୍ୟାଳୟ ପ୍ରଧାନ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ କର୍ମଚାରୀ ହରେକୃଷ୍ଣ କିର୍ତ୍ତନିଆ, ରଞ୍ଜନ ମହାନ୍ତିଙ୍କ ସମେତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories