www.samajalive.in
Sunday, December 7, 2025
23.1 C
Bhubaneswar

ଯୁବକଙ୍କ ମୃତ୍ୟୁକୁ ନେଇ ସ୍ୱାଭିମାନ ଅଞ୍ଚଳରେ ଉତ୍ତେଜନା

ମାଲକାନଗିରି : ମାଲକାନଗିରି ଜିଲାର ସ୍ୱାଭିମାନ ଅଞ୍ଚଳ ଯନ୍ତାପାଇରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଲାଗି ରହିଛି। ସ୍ଥାନୀୟ ଏକ ଅଙ୍ଗନବାଡ଼ି କେନ୍ଦ୍ରରୁ ସନ୍ଦେହଜନକ ଅବସ୍ଥାରେ ରବିବାର ତାଙ୍କ ମୃତଦେହ ମିଳିଥିଲା। ଶରୀରରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ଲୋକମାନେ ଅଭିଯୋଗ କରିଛନ୍ତି। ଯୁବକ ଜଣଙ୍କ ଶୁକ୍ରବାର ଯନ୍ତାପାଇ ହାଟକୁ ଯାଇଥିଲେ। ସେଠାରୁ ୨ ଜଣ ବ୍ୟକ୍ତି ତାଙ୍କୁ କେଉଁ ଆଡ଼େ ଡ଼ାକି ନେଇଥିଲେ। ଏହାପରେ ତାଙ୍କର ମୃତଦେହ ମିଳିଥିଲା। ଏଥିସହ ଯବାନମାନେ ତାଙ୍କୁ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ପୁଲିସ ମୃତଦେହକୁ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ମାତ୍ର ପରିବାର ଲୋକେ ମୃତଦେହକୁ ଗ୍ରହଣ କରିନଥିବା ବେଳେ ସ୍ଥାନୀୟ ଲୋକଙ୍କ ସହିତ ପାପରମେଟଲା ଥାନା  ନିକଟରେ ଧାରଣାରେ ବସିଛନ୍ତି। ଏହାକୁ ନେଇ ସେ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories