www.samajalive.in
Monday, December 15, 2025
26.1 C
Bhubaneswar

ଏହି ଜିଲାରେ ସ୍କୁଲ, କଲେଜ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା

ମାଲକାନଗିରି: ବାତ୍ୟା ମନ୍ଥା ପାଇଁ ମାଲକାନଗିରି ଜିଲାର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି । ୨୮ ଓ ୨୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ ସୋମେଶ ଉପାଧ୍ୟକ୍ଷ । ଆଜି ଜିଲାରେ ବାତ୍ୟା ସ୍ଥିତି ସମୀକ୍ଷା କରିବା ଅବସରରେ ଜିଲ୍ଲାପାଳ ଏହି ଛୁଟି ଘୋଷଣା କରିଛନ୍ତି । ଏହାସହିତ ଆଗକୁ ସ୍ଥିତି ଦେଖି ଅନୁଧ୍ୟାନ କରି ବିଚାର କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ସେପଟେ ବାତ୍ୟା ପରିସ୍ଥିତିର ମୁକାବିଲା କରିବା ଲାଗି ମାଲକାନଗିରି ଜିଲାରେ ୧୧ଟି ଅଗ୍ନିଶମ ବାହିନୀ ପ୍ରସ୍ତୁତ ହୋଇ ରହିଥିବା ବେଳେ ବାହାର ଜିଲାରୁ ୩ଟି ଓଡ୍ରାଫ୍‌ ଟିମ୍‌ ଓ ଗୋଟିଏ ଏନଡିଆରଏଫ୍‌ ଟିମ୍‌ ପହଞ୍ଚିଛନ୍ତି ।

ଜିଲ୍ଲାପାଳ କହିଛନ୍ତି ପବନରେ ବିଦ୍ୟୁତ ଖୁଣ୍ଟ ଭାଙ୍ଗିବା ସମ୍ଭାବନା ରହିଥିବାରୁ ବାହାର ଜିଲାର ବିଦ୍ୟୁତ କର୍ମଚାରୀ ମାନଙ୍କୁ ଡକାଯାଇଛି । ତଳିଆ ଅଞ୍ଚଳରେ ଥିବା ଲୋକଙ୍କ ଉପରେ ନଜର ରଖିବା ଲାଗି ପଞ୍ଚାୟତ ଅଧିକାରୀ ଓ ଗ୍ରାମ ରୋଜଗାର ସେବକମାନଙ୍କୁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।

- Advertisement -

 

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories