www.samajalive.in
Saturday, December 6, 2025
23.1 C
Bhubaneswar

ଜଳ ପ୍ରପାତରେ ବୁଡି ୨ଡାକ୍ତରୀ ଛାତ୍ରୀ ମୃତ, ଜଣେ ନିଖୋଜ

ମାଲକାନଗିରି: ମାଲକାନିଗରି ଜିଲ୍ଲା ସୀମାନ୍ତ ଜଳ ପ୍ରପାତରେ ବୁଡି ୨ଡାକ୍ତରୀ ଛାତ୍ରୀ ମୃତ ଓ ଜଣେ ଛାତ୍ରୀ ନିଖୋଜ। ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲାର ମୋଟୁ ଠାରୁ ପ୍ରାୟ ୪୦କିମି ଦୂରରେ ଥିବା ଆନ୍ଧ୍ରପ୍ରଦେଶର ଆଲୁରି ଜିଲ୍ଲାର ଜଳ ତରଙ୍ଗିନୀ ନାମକ ଝରଣାକୁ ୧୩ଜଣ ଡାକ୍ତରୀ ଛାତ୍ରଛାତ୍ରୀ ବୁଲିବାକୁ ଯାଇଥିଲେ। ତେବେ ଜଳ ପ୍ରପାତ ନିକଟରେ ସମସ୍ତେ ବସିଥିବା ବେଳେ ହଠାତ ପ୍ରଖର ସ୍ରୋତର ଜଳ ଆସିବାରୁ ୪ଜଣ ଛାତ୍ରୀ ଓ ଜଣେ ଛାତ୍ର ପାଣିରେ ଭାସି ଯାଇଥିଲେ। ସେଠାରୁ ଜଣେ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ଊର୍ଦ୍ଧ୍ବାର କରଯାଇଥିଲା ଏବଂ ଅନ୍ୟ ୩ଜଣ ଛାତ୍ରୀ ପାଣି ମଧ୍ୟରେ ଭାସି ଯାଇଥିଲେ। ଊର୍ଦ୍ଧ୍ବାର ହୋଇଥିବା ୨ଜଣଙ୍କୁ ରାଜମହେନ୍ଦ୍ରୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଯାହାଙ୍କ ମଧ୍ୟରୁ ଜଣକ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଅନ୍ୟପଟେ ପାଣିରେ ଭାସି ଯାଇଥିବା ୩ଜଣଙ୍କ ମଧ୍ୟରୁ ଜଣେ ନିଖୋଜ ଥିବା ବେଳେ ଅନ୍ୟ ୨ଜଣ ଛାତ୍ରୀଙ୍କ ମୃତ ଦେହ ଊର୍ଦ୍ଧ୍ବାର ହୋଇଛି। ତେବେ ରବିବାର ବିଳମ୍ବିତ ସନ୍ଧ୍ୟାରେ ଏହି ଘଟଣା ଘଟିଥିବା ବେଳେ ରାତି ହେବାରୁ ଊର୍ଦ୍ଧ୍ବାର କାର୍ଯ୍ୟ ବନ୍ଦ ରହିଥିଲା। ଆଜି ସକାଳୁ ନିଖୋଜ ଛାତ୍ରୀ ଙ୍କ ତଲାସୀ ଜାରି ରହିଛି। ଏହି ଛାତ୍ର ଛାତ୍ରୀ ମାନେ ଏଲୁର ମେଡିକାଲ କଲଜେ ର ବୋଲି ଜଣାପଡ଼ିଛି।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories