ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ସାଂସଦ ବଳଭଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ। ଏହି ଅବସରରେ ସମାଜ ଖବର କାଗଜ ଜିଲ୍ଲା ପ୍ରତିନିଧି ଗୋପୀ କୃଷ୍ଣ ପଟ୍ଟନାୟକ, ଅଧ୍ୟାପକ ରଞ୍ଜନ ସ୍ୱାଇଁ, ଶିକ୍ଷାବିତ ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ଅବସର ପ୍ରାପ୍ତ ଅଧ୍ୟାପକ ସରୋଜ ସାହୁ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ର କର୍ମଚାରୀ ରଞ୍ଜନ ମହାନ୍ତି ପ୍ରମୁଖ ଯୋଗ ଦେଇ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଫଟୋଚିତ୍ରରେ ପ୍ରଦୀପ ପ୍ରଜ୍ଜଳନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଅତିଥିମାନେ ଉତ୍କଳମଣୀଙ୍କ ସମାଜ ପ୍ରତି ତ୍ୟାଗ ଓ ଆଦର୍ଶରେ ଅନୁପ୍ରାଣିତ ହେବା ନିମନ୍ତେ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ ।
Popular Categories



