ମାଲକାନଗିରି : ମାଲକାନଗିରି ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ପଣ୍ଡିତ ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି।
ସୂଚନା ଓ ଲୋକ ସଂପର୍କ ବିଭାଗ କାର୍ଯ୍ୟାଳୟଠାର ଆୟୋଜିତ ପଣ୍ଡିତ ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ କର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଅକ୍ଷୟ କୁମାର ଖେମୁଣ୍ଡୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁଣ୍ୟାତ୍ମାଙ୍କ ପ୍ରତିମୂର୍ତ୍ତି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ସମାଜର ବିଭିନ୍ନ ବର୍ଗର ଲୋକ ଏଥିରେ ଯୋଗ ଦେଇ ପୁଣ୍ୟାତ୍ମା ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।



