www.samajalive.in
Friday, December 5, 2025
20.1 C
Bhubaneswar

ଜନ୍ମ କଲା ଶିଶୁକନ୍ୟାକୁ ଛୁରୀ ଭୁଷି ହତ୍ୟା କଲା ସୈତାନ ବାପା

ଚିତ୍ରକୋଣ୍ଡା: ବାପା ସାଜିଲା ସୈତାନ। ନିଜର ଜନ୍ମ କଲା ଶିଶୁ କନ୍ୟାକୁ ଛୁରୀ ଭୁଷି ହତ୍ୟା କଲା ବାପା।  ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା ପଂଚାୟତ ଆରଏସସି -୧୪ ଗାଁରେ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳୁ ୫ ବର୍ଷର ଝିଅ ବ୍ଲେଶି ରାଣୀ ଭତ୍ରା ପଡୋଶୀ ଘରେ ଖେଳୁଥିବା ସମୟରେ ବାପା ସଞ୍ଜୀବ ଭତ୍ରା ଛୁରୀ ଭୁଷି ଥିଲା। ଝିଅଟିର ଚିତ୍କାର ଶୁଣି ଗ୍ରାମବାସୀମାନେ ଘଟଣାସ୍ଥଳରେ ପହଞ୍ଚି ଥିଲେ । ଏବଂ ତୁରନ୍ତ ଚିତ୍ରକୋଣ୍ଡା ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ସେଠାରେ ତାକୁ ମୃତ ଘୋଷଣା କରିଥିଲେ। ସେପଟେ ଘଟଣାସ୍ଥଳରୁ ହତ୍ୟାକାରୀ ବାପା ଫେରାର ହୋଇଯାଇଛି। ଦ୍ଵିତୀୟ ସ୍ତ୍ରୀର ପ୍ରରୋଚନାରେ ଅଭିଯୁକ୍ତ ଏଭଳି କାଣ୍ଡ ଘଟାଇଥିବା ଅଭିଯୋଗ କରିଛନ୍ତି  ଅଭିଯୁକ୍ତଙ୍କ ବାପା ବିନୋଦ ଭତ୍ରା ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories