ମାଲକାନଗିରି: ମାଲକାନଗିରି ଜିଲ୍ଲା ସଦର ମହକୁମା ତାମିଲ କ୍ୟାମ୍ପ ଛକ ନିକଟରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି । ପତ୍ନୀ କିରାସିନି ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ କୌଣସି କାରଣକୁ ନେଇ ଦମ୍ପତିଙ୍କ ମଧ୍ୟରେ କଳହ ହୋଇଥିଲା। ପତ୍ନୀ ରାଗିଯାଇ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ।
ପତ୍ନୀଙ୍କୁ ବଞ୍ଚାଇବାକୁ ଯାଇ ସ୍ୱାମୀ ମଧ୍ୟ ଗୁରୁତର ହୋଇଛନ୍ତି। ପତ୍ନୀ ମାଧୁରୀ କଚିମଙ୍କ ୭୦ ଭାଗ ପୋଡ଼ି ଯାଇଥିବା ବେଳେ ସ୍ୱାମୀ ନରେନ୍ଦ୍ର କଚିମ ମଧ୍ୟ ଗୁରୁତର ହୋଇଛନ୍ତି । ପରେ ସ୍ଥାନୀୟ ଲୋକ ଉଭୟଙ୍କୁ ଉଦ୍ଧାର କରି ମାଲକାନଗିରି ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।



