www.samajalive.in
Sunday, December 7, 2025
15.1 C
Bhubaneswar

ମଦ ନିଶାରେ ଯୁବକଙ୍କୁ ମାରି ଫିଙ୍ଗିଦେଲେ !

ମାଲକାନଗିରି : ମାଲକାନଗିରି ଏମଭି-୮ ଗାଁରେ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କୁ ମଦ ପିଇବା ବାହାନାରେ ଡାକି ବେକ କାଟି ନିର୍ମମ ଭାବରେ ହତ୍ୟା କରାଯାଇଛି। ମୃତକ ମିଲନ ମଜୁମଦାର ବୋଲି ଜଣାପଡିଛି। ତେବେ ମିଲନଙ୍କୁ ହତ୍ୟା କରି ମନସା କଲୋନୀ ଗାଁ ନିକଟରେ ଥିବା ଏକ ଖେଳ ପଡିଆରେ ଫିଙ୍ଗି ଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ସୂଚନା ଅନୁସାରେ ସୋମବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ଘଟଣାସ୍ଥଳରେ ମଦ ବୋତଲ ଏବଂ ଜୋତା ପଡି ରହିଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହତ୍ୟାର କାରଣ ଜଣାପଡିନଥିବାବେଳେ ମାଲକାନଗିରି ଆଦର୍ଶ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories