www.samajalive.in
Saturday, December 6, 2025
15.1 C
Bhubaneswar

୬୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି:  ମାଲକାନଗିରି ସୀମାନ୍ତ ତେଲଙ୍ଗାନା ଭଦ୍ରାଦି କତାଗୁଡ଼େମ ଜିଲାରେ ୬୪ ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। କତାଗୁଡ଼େମ ଜିଲାର ଆଇଜି ଚନ୍ଦ୍ରଶେଖର ରେଡ୍ଡୀଙ୍କ ନେତୃତ୍ବରେ ପୁଲିସ ଓ ସିଆର୍‌ପିଏଫ୍‌ର ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ମିଳିତ ଭାବେ ଚାଲିଥିବା ମାଓ ଦମନ ଅଭିଯାନ ଚେୟୁତା ମାଧ୍ୟମରେ ମାଓବାଦୀ ଆକର୍ଷିତ ହୋଇଛନ୍ତି। ସେମାନେ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସମସ୍ତେ ପୂର୍ବରୁ ତେଲଙ୍ଗାନା ଓ ଛତିଶଗଡ଼ ରାଜ୍ୟରେ ଅନେକ ମାଓ ହିଂସା କାଣ୍ଡ ଘଟାଇବା ସହ ସରକାରଙ୍କ ବିରୋଧରେ ସାଧାରଣ ଜନତାଙ୍କୁ ପ୍ରବର୍ତ୍ତାଉ ଥିଲେ। ସରକାରଙ୍କ ମାଓଦମନ ନୀତି କଠୋର ସହ ବିକାଶ ମୂଳକ କାର୍ଯ୍ୟ ଓ ମାଓ ସଙ୍ଗଠନ ନିଜର ସ୍ଥିତି ହରାଉଥିବା ଦେଖି ୬୪ ମାଓବାଦୀ ସାଧାରଣ ଜୀବନ ଯାପନ ପାଇଁ ନିଷ୍ପତ୍ତି ନେଇ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତେଲଙ୍ଗାନା ସରକାରଙ୍କ ନିୟମ ଅନୁସାରେ ୬୪ ଜଣଙ୍କୁ ୨୫ ହଜାର ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଥିବା ନେଇ ଏସ୍‌ପି ରୋହିତ ରାଜ ପ୍ରକାଶ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ସମସ୍ତ ସୁବିଧା ସୁଯୋଗ ପ୍ରଦାନ କରାଯିବ ବୋଲି ଆଇଜି ପ୍ରକାଶ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories