www.samajalive.in
Sunday, December 14, 2025
17.1 C
Bhubaneswar

ପୁଲିସ କର୍ମଚାରୀଙ୍କ ଗୁଣ୍ଡାଗିରି, ବିଚ ରାସ୍ତା ଉପରେ ଯୁବକଙ୍କୁ ମାରିଲେ ଚାପୁଡ଼ା

ମାଲକାନଗିରି: ମାଲକାନଗିରି ଜିଲ୍ଲା ବାଲିମେଳା ସହରର ଗୋପବନ୍ଧୁ ଛକ ନିକଟରେ ଓରକେଲ ଥାନାର ଜଣେ ପୁଲିସ କର୍ମଚାରୀ ଅମାନୁଷିକ କାଣ୍ଡ ଘଟାଇଥିବା ଦେଖିବାକୁ ମିଳିଛି। କିଛି କାରଣ ନ ଥାଇ ଜଣେ ଯୁବ ବାଇକ ଚାଳକଙ୍କୁ ଚାପୁଡ଼ା ଉପରେ ଚାପୁଡ଼ା ମାରୁଥିବା ଦେଖିବାକୁ ମିଳୁଛି। ଯାହାର ଭିଡିଓ ବର୍ତ୍ତମାନ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି। ତେବେ କେଉଁ କାରଣରୁ ପୁଲିସ ଜଣକ ରାଜରାସ୍ତା ଉପରେ ଜଣେ ବାଇକ ଚାଳକଙ୍କ ଗାଲକୁ ଚାପୁଡା ମାରୁଥିଲେ ତାହାର କାରଣ ଏଯାଏଁ ସ୍ପଷ୍ଟ ହୋଇନି। ତେବେ ଏହି ଘଟଣାକୁ ନେଇ ସାଧାରଣରେ ତୀବ୍ର ଜନ ଅସନ୍ତୋଷ ତେଜିବାରେ ଲାଗିଛି। ଜିଲ୍ଲା ଓ ପୁଲିସ ପ୍ରଶାସନ ଏହି ଘଟଣାର ଉପଯୁକ୍ତ ତଦନ୍ତ କରି ସମ୍ପୃକ୍ତ ପୁଲିସ କର୍ମଚାରୀଙ୍କ ବିରୁଦ୍ଧରେ ଆଇନଗତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories